ଅନୁଗୁଳ – ଅନୁଗୁଳ ସ୍ବତନ୍ତ୍ର ଫାଷ୍ଟଟ୍ରାକ୍ କୋର୍ଟରେ ବଅଁରପାଳ ଥାନା ଅଞ୍ଚଳରେ ଏକ ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି । ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ତଥା ସ୍ବତନ୍ତ୍ର ଫାଷ୍ଟଟ୍ରାକ୍ କୋର୍ଟ୍ ଜଜ୍ ବିରଞ୍ଚି ନାରାୟଣ ମିଶ୍ର ଏହି ମାମଲାର ଶୁଣାଣି କରି ଅଭିଯୁକ୍ତ ବଅଁରପାଳ ଥାନା ଇଲାକା ନଳଚନ୍ଦ୍ରପୁର ଗ୍ରାମର ହାଡ଼ିବନ୍ଧୁ ସାମଲ (୫୫)ଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇବା ସହ ୧୦ ହଜାର ଟଙ୍କା ଜରିମାନା, ଜରିମାନା ଅନାଦେୟ ଅଧିକ ୬ ମାସ ଜେଲ୍ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ ରହିଛି।

ସୂଚନା ଅନୁସାରେ , ୨୦୨୧ ମସିହା ଅକ୍ଟୋବର ୨୧ ତାରିଖରେ ଏହି ଲଜ୍ଜାଜନକ ଘଟଣା ଘଟିଥିଲା । ୫୦ ବର୍ଷୀୟା ପୀଡ଼ିତାଙ୍କୁ ଅଭିଯୁକ୍ତ ବଳାହାର କରିଥିବା ନେଇ ଥାନାରେ ଲିଖିତ ଅଭିଯୋଗ ହୋଇଥିଲା । ବଅଁରପାଳ ଥାନା ପୁଲିସ୍ ଏ ସଂକ୍ରାନ୍ତରେ ଏକ ମାମଲା ରୁଜୁ କରିବା ସହିତ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ କରିଥିଲା । ଏହି ମାମଲାର ଶୁଣାଣି ସ୍ବତନ୍ତ୍ର ଫାଷ୍ଟଟ୍ରାକ୍ କୋର୍ଟରେ ଚାଲିଥିଲା । ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭିଭି କରି ବିଚାରପତି ଅଭିଯୁକ୍ତ ହାଡିବନ୍ଧୁଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହିତ ଉପରୋକ୍ତ ରାୟ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରୋସିକ୍ୟୁଟର ରଞ୍ଜନ ପାତ୍ର ଓ ପିପି ପ୍ରଶାନ୍ତ କୁମାର ରଥ ମାମଲା ପରିଚାଳନା କରିଥିଲେ।

