ମୁଖ୍ୟ ଖବର କରୋନା ନେଲା ଯୋଦ୍ଧାଙ୍କ ଜୀବନ Angul OnlineOctober 13, 2021October 13, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲାର କରୋନା ଆଉ ଜଣେ ଯୋଦ୍ଧାଙ୍କ ଜୀବନ ନେଇଛି । ମୃତକ ଜଣଙ୍କ ହେଲେ ଅନୁଗୁଳ ରିଜର୍ଭ କାର୍ଯ୍ୟାଳୟରେ କନେଷ୍ଟବଳ ଭାବେ କାର୍ଯ୍ୟରତ ସତ୍ୟବାଦୀ ଦେହୁରୀ । ତାଙ୍କ ନିଜସ୍ଵ ଘର ଛେଣ୍ଡିପଦା ଥାନା ବସନ୍ତପୁର । ସେ ଦୀର୍ଘଦିନ ଧରି କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ । ଆଜି ରାତି ପ୍ରାୟ ୧୧ ସମୟରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତାଙ୍କ ମୃତ୍ୟୁରେ ପୁଲିସ ବିଭାଗ ସମେତ ଗାଁ ତଥା ଆଖପାଖ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ସତ୍ୟବାଦୀ ଜଣେ ଭଲ ଭଲିବଲ ଖେଳାଳି ଭାବିବେ ଜିଲ୍ଲାରେ ବେଶ ଜଣାଶୁଣା ଥିଲେ । ଏହା ସହ ଜଣେ ମିଷ୍ଟଭାଷୀ , ଆମାୟିକ ଓ ପରୋପକାରୀ ଭାବରେ ତାଙ୍କର ବେଶ ସୁନାମ ଥିଲା । Advertisement
ସିଙ୍ଗାରେନି କମ୍ପାନୀର ପ୍ରସ୍ତାବିତ କୋଇଲା ଖଣି ନିମନ୍ତେ ପ୍ରଦୂଷଣ ନିମନ୍ତେ ଜନଶୁଣାଣୀ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ତହସିଲର କରଡାବାହାଳି ଠାରେ ବୁଧବାର ସିଙ୍ଗାରେନି କମ୍ପାନୀର ପ୍ରସ୍ତାବିତ କୋଇଲା ଖଣି ନିମନ୍ତେ ଅନୁଗୁଳ ପ୍ରଦୂଷଣ ବିଭାଗ ପକ୍ଷରୁ ପରିବେଶ…
କାର ଧକ୍କାରେ ବର୍ଷିଆନ ସାହିତ୍ୟିକଙ୍କ ମୃତ୍ୟୁ ଅନୁଗୁଳ – ଅନୁଗୁଳ ଜିଲ୍ଲା ପାଲଲହଡା ଥାନା ଅନ୍ତର୍ଗତ ଖମାର କଲେଜ ନିକଟରେ ଏକ କାର ଧକ୍କାରେ ସାଇକେଲରେ ଯାଉଥିବା ଜଣେ ବର୍ଷିଆନ ସାହିତ୍ୟିକଙ୍କ ମୃତ୍ୟୁ ହୋଇଛି…
ବିଧାୟକଙ୍କୁ କରୋନା ଅନୁଗୁଳ – ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କରୋନାର କୈାଣସି ଲକ୍ଷଣ ନଥିଲେ ମଧ୍ୟ ସେ…