ରାଜନୀତି ଭାରତୀୟ ଜନତା ପାର୍ଟି ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କଲା ଆପ୍ Angul OnlineMarch 25, 2024March 25, 2024 ଅନୁଗୁଳ – ଅରବିନ୍ଦ କେଜରିୱାଲଙ୍କୁ ମିଥ୍ୟା ଅଭିଯୋଗରେ ଗିରଫ କରିଥିବା ଏବଂ ଅଭିଯୋଗକାରୀଠାରୁ ଚାନ୍ଦା ଆଦାୟ କରିଥିବା ଭାରତୀୟ ଜନତା ପାର୍ଟି ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛି ଆପ l ଆମ୍ ଆଦ୍ମୀ ପାର୍ଟିର ରାଷ୍ଟ୍ରୀୟ ସଭାପତି ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ମିଥ୍ୟା ଅଭିଯୋଗରେ ଗିରଫ କରାଯିବା ସମ୍ବନ୍ଧରେ ସାଙ୍ଘାତିକ ତଥ୍ୟ ପଦାକୁ ଆସିଛି l ଏହି ତଥ୍ୟରୁ ଭାରତୀୟ ଜନତା ପାର୍ଟି ହିଁ ପ୍ରକୃତ ଅପରାଧୀ ଏବଂ ଚକ୍ରାନ୍ତ କରି କେଜରିୱାଲଙ୍କୁ ଜେଲ ପଠାଇଥିବା ପ୍ରମାଣିତ ହେଉଛି lକେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଇଡିର ଅଭିଯୋଗ ହେଉଛି ପି ସରଥ ଚନ୍ଦ୍ର ରେଡ୍ଡୀ ନାମକ ମଦ ବେପାରୀ ଅରବିନ୍ଦ କେଜରିୱାଲଙ୍କୁ ଦିଲ୍ଲୀରେ ମଦ ଠିକା ପାଇବା ପାଇଁ ୧୦୦ କୋଟି ଟଙ୍କା ଲାଞ୍ଚ ଦେଇଛନ୍ତି l କେବଳ ତାଙ୍କର ବକ୍ତବ୍ୟ ଆଧାରରେ କେଜରିୱାଲଙ୍କୁ ଗିରଫ କରାଯାଇଛି l ମାତ୍ର ସୁପ୍ରିମ କୋର୍ଟର ନିର୍ଦ୍ଧେଶ ପରେ ସାର୍ବଜନୀନ ହୋଇଥିବା ଇଲେକ୍ଟୋରାଲ ବଣ୍ଡ ତଥ୍ୟରୁ ଅତି ସାଙ୍ଘାତିକ କଥା ଜଣାପଡିଛି l ପି ସରଥ ଚନ୍ଦ୍ର ରେଡ୍ଡୀ କେବଳ ଜଣେ ମଦ ବେପାରୀ ନୁହନ୍ତି l ସେ ଅରବିନ୍ଦୋ ଫାର୍ମା ନାମକ ଏକ ବଡ ଔଷଧ କମ୍ପାନୀର ମାଲିକ ଅଟନ୍ତି l ତାଙ୍କର ଅନ୍ୟ କିଛି କମ୍ପାନୀ ମଧ୍ୟ ଅଛି l ସରଥ ଚନ୍ଦ୍ର ରେଡ୍ଡୀଙ୍କୁ ଇଡି ମଦ ଘୋଟଲାର ମୁଖ୍ୟ ପୁରୋଧା କହି ଗିରଫ କଲା l ତାଙ୍କୁ ଜେରା କଲାବେଳେ ସେ ଅରବିନ୍ଦ କେଜରିୱାଲଙ୍କୁ ଚିହ୍ନି ନାହାନ୍ତି ଏବଂ କୌଣସି ଟଙ୍କା ଦେଇନାହାନ୍ତି ବୋଲି କହିଲେ l ତେଣୁ ଇଡି ତାଙ୍କର ବେଲ୍ ର ବିରୋଧ କଲା ଏବଂ ଲମ୍ବା ସମୟ ଜେଲରେ ରଖିଲା l ମାତ୍ର ବର୍ତମାନ ଇଲେକ୍ଟୋରାଲ ବଣ୍ଡ ତଥ୍ୟରୁ ଜଣା ପଡିଛି ଯେ ପି ସରଥ ଚନ୍ଦ୍ର ରେଡ୍ଡୀଙ୍କୁ ଇଡି ମାଧ୍ୟମରେ ଭୟଭୀତ କରି ଭାରତୀୟ ଜନତା ପାର୍ଟି ତାଙ୍କର ବିଭିନ୍ନ କମ୍ପାନୀରୁ ପ୍ରାୟ ୫୯.୫ କୋଟି ଟଙ୍କା ଚାନ୍ଦା ନେଇଛି l ସେ ଜେଲରେ ଥିବାବେଳେ କିଛି ଚାନ୍ଦା ଦେଇଛନ୍ତି l ପରବର୍ତ୍ତୀ ସମୟରେ ଅରବିନ୍ଦ କେଜରିୱାଲଙ୍କ ବିରୁଦ୍ଧରେ ଅଭିଯୋଗ କରିବାକୁ ରାଜି ହେବାରୁ ଇଡି ତାଙ୍କର ବେଲକୁ ବିରୋଧ କରିନଥିଲା ଏବଂ ତାଙ୍କୁ ରାଜସାକ୍ଷୀ କରି ମାମଲାରୁ ମୁକ୍ତି ଦେଇଥିଲା l ଜେଲରୁ ବାହାରିବା ପରେ ସେ ପୁଣି ଭାରତୀୟ ଜନତା ପାର୍ଟିକୁ ପ୍ରାୟ ୫୦ କୋଟି ଟଙ୍କା ଚାନ୍ଦା ଦେଇଛନ୍ତି l ଏଥିରୁ ଜଣାପଡୁଛି ଚାପପକେଇ, ଡରେଇ ଧମକେଇ ଇଡି ମାଧ୍ୟମରେ ବିଜେପି କେବଳ ଚାନ୍ଦା ଆଦାୟ କରିନାହିଁ, ଅରବିନ୍ଦ କେଜରିୱାଲଙ୍କ ବିରୁଦ୍ଧରେ ମିଥ୍ୟା ବକ୍ତବ୍ୟ ମଧ୍ୟ ଆଦାୟ କରିଛି l ତେଣୁ ଆମ୍ ଆଦ୍ମୀ ପାର୍ଟି ବିଜେପି ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରୁଛି l ଆଜିର ପ୍ରେସ ମିଟ୍ କୁ ସମ୍ବୋଧିତ କରିଥିଲେ ଜିଲ୍ଲା ସଭାପତି ଶ୍ରୀ ଜ୍ୟୋତିରଞ୍ଜନ ପଣ୍ଡା, ରଞ୍ଜିତ କୁମାର ମହାପାତ୍ର, ଶରତ ଚନ୍ଦ୍ର ଦାସ, ବିକ୍ରମ ରାଉତ, ଦୋଳଗୋବିନ୍ଦ ମହାପାତ୍ର, ଯୁଗଳ ଜିତ , ଆଲୋକ ଭୁତିଆ ପ୍ରମୁଖ ଉପସ୍ଥିତ ଥିଲେ l Advertisement
୨୦୨୪ ନିର୍ବାଚନ ପୂର୍ବରୁ ଅଣ୍ଟା ଭିଡିଲା ଆମ୍ ଆଦ୍ମୀ ପାର୍ଟି ଅନୁଗୁଳ – ସାଧାରଣ ନିର୍ବାଚନ – ୨୦୨୪ରେ ଆମ୍ ଆଦ୍ମୀ ପାର୍ଟି ( ଆପ୍ ) ଓଡ଼ିଶାର ସମସ୍ତ ନିର୍ବାଚନୀ ମଣ୍ଡଳୀରେ ପ୍ରାର୍ଥୀ ଦେବ ଓ ନିର୍ବାଚନରେ…
ମୁକ୍ତା ଯୋଜନାର ସଫଳତା – ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଅନୁଗୁଳ – ଆସନ୍ତା ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଅନୁଗୁଳ ଜିଲ୍ଲା ଗସ୍ତ ପୂର୍ବରୁ ଗୁରୁବାର ଜିଲ୍ଲା ବିଜେଡି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ…
କିଏ କଲା ତାଳଚେର ବନ୍ଦ !! ବିଜେଡି-ବିଜେପି ମୁହାଁମୁହିଁ(ଭିଡିଓ) ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେରର ବରିଷ୍ଠ ଡାକ୍ତର ପ୍ୟାରୀମୋହନ ମହାପାତ୍ରଙ୍କ ଗତକାଲି ଜେଲରେ ମୃତ୍ୟୁ ହେବା ପରେ ଆଜି ତାଳଚେର ଅଞ୍ଚଳର ସମସ୍ତ କୋଇଲା ଖଣି…