ରାଜନୀତି ବିଜେପିରେ ଯୋଗ ଦେଲେ ଦୂର୍ଗା Angul OnlineDecember 28, 2021December 28, 2021 ଅନୁଗୁଳ – ଅନୁଗୁଳ ବ୍ଲକର ପୂର୍ବତନ ଉପାଧ୍ୟକ୍ଷ, ବର୍ତ୍ତମାନର ବନ୍ତଳା ପଞ୍ଚାୟତର ସମିତି ସଭ୍ୟ ତଥା ଜିଲ୍ଲା ବିଜେଡିର ସମ୍ପାଦକ ଦୁର୍ଗାଚରଣ ପ୍ରଧାନ କିଛି ଦିନ ପୂର୍ବରୁ ବିଜେଡି ଦଳ ଇସ୍ତଫା ଦେଇଥିବା ବେଳେ ଶେଷରେ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି । ପୂର୍ବରୁ ତିନି ଥର ସମିତି ସଭ୍ୟ ହୋଇଥିବା ଦୁର୍ଗାଙ୍କ ପାଖରେ ଦୀର୍ଘ ୩୧ ବର୍ଷର ରାଜନୈତିକ ଅଭିଜ୍ଞତା ରହିଥିବା ବେଳେ ବିଜେଡିରେ ସେ କୋଣଠେସା ହୋଇଥିଲେ । ଏଥିପାଇଁ ସେ ବିଜେଡିରୁ ଇସ୍ତଫା ଦେଇଥିଲେ । ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୂର୍ବତନ ମନ୍ତ୍ରୀ ସଂଜୀବ ସାହୁ ଓ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରତାପ ପ୍ରଧାନଙ୍କ ଉପସ୍ଥିତିରେ ବିଜେପିରେ ଯୋଗ ଦାନ କରିଛନ୍ତି । ଆଗକୁ ପଞ୍ଚାୟତ ନିର୍ବାଚନ ଥିବା ବେଳେ ଦୂର୍ଗାଙ୍କ ବିଜେପିରେ ଯୋଗଦାନ ପରେ ଅନୁଗୁଳ ବ୍ଲକରେ ବିଜେପିର ଶକ୍ତି ବୃଦ୍ଧି ପାଇବା ସହ ଆଗାମୀ ନିର୍ବାଚନ ଶୁଭଂକର ହେବ ବୋଲି ଆଶା କରା ଯାଉଛି । Advertisement
ଜିଲ୍ଲା ବିଜୁ ମହିଳା ଜନତା ଦଳ ସଭାପତି ହେଲେ ବବିତା ଅନୁଗୁଳ – ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଅନୁମୋଦନ କ୍ରମେ ଅନୁଗୁଳ ଜିଲ୍ଲା ବିଜୁ ମହିଳା ଜନତା ଦଳ ସଭାପତି ଭାବରେ ବବିତା ପ୍ରଧାନ…
ମମିତା ହତ୍ୟାକାଣ୍ଡ ତାତି ଅନୁଗୁଳରେ – ବିଜେପି ଯୁବମୋର୍ଚ୍ଚାର ଏସପି ଅଫିସ ଆଗରେ ପୁଲିସ ସହ ଧସ୍ତାଧସ୍ତି ଅନୁଗୁଳ – କଳାହାଣ୍ଡି ମହାଲିଙ୍ଗର ଶିକ୍ଷୟତ୍ରୀ ମମିତା ମେହେରଙ୍କ ହତ୍ୟା ଘଟଣାରେ ବିଜେଡି ସରକାରର ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଆଜି(ଶୁକ୍ରବାର) ଅନୁଗୁଳ…
ଇଭିଏମରେ ବନ୍ଦ ହେଲା ପୌରାଧ୍ୟକ୍ଷ-କାଉନସିଲରଙ୍କ ଭାଗ୍ୟ – ୨୬ ରେ ଫଳାଫଳ ଅନୁଗୁଳ – ପୌର ନିର୍ବାଚନ ପାଇଁ ଆଜି ଭୋଟ ଗ୍ରହଣ ଶେଷ ହୋଇଛି । ସହରୀ ଭୋଟର ସେମାନଙ୍କ ମତଦାନ ସାବ୍ୟସ୍ତ କରିଛନ୍ତି । ସକାଳ ୮ଟାରୁ ଆରମ୍ଭ…