ଆଞ୍ଚଳିକ ଜଳିଗଲା ଆଠ ବଖରା ଘର Angul OnlineFebruary 27, 2023February 27, 2023 ଅନୁଗୋଳ – ଅନୁଗୋଳ ଜିଲ୍ଲା ନିଶା ଇଣ୍ତଷ୍ଟ୍ରିଆଲ ଥାନା ଅନ୍ତର୍ଗତ ଗୋଳାଗାଡିଆ ଗ୍ରାମରେ ଅଗ୍ନିକାଣ୍ଡ ଯୋଗୁଁ ୮ବଖରା ଭସ୍ମୀଭୂତ ହୋଇଯାଇଛି । ସୂଚନା ଅନୁସାରେ , ଗୋଟିଏ ଘରେ ବିଦ୍ୟୁତ ସର୍କିଟରୁ ନିଆଁ ଲାଗିଥିବା ବେଳେ ନିଆଁକୁ ଆୟତ୍ତ କରିବା ପୁର୍ବରୁ ୮ଟି ଚାଳ ଘର ଜଳିପୋଡି ପାଉଁଶ ହୋଇଯାଇଥିଲା । ଗ୍ରାମର ରବିନ୍ଦ୍ର ନାୟକଙ୍କ ୩ବଖରା, କୁନି ନାୟକଙ୍କ ୨ବଖରା, ଛବି ନାୟକଙ୍କ ୨ବଖରା ଓ ସଜନି ନାୟକଙ୍କ ଗୋଟିଏ ବଖରା ଘର ଜଳିଯାଇଥିବାବେଳେ ଏକ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ ହୋଇଛି । ଛେଣ୍ତିପଦା ଅଗ୍ନିଶମ ବିଭାଗ ଓ ଜେଏସପି ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ସକ୍ଷମ ହୋଇଥିଲେ । ଅଗ୍ନିକାଣ୍ଡ ଫଳରେ ୪ଟି ପରିବାର ଖୋଲା ଆକାଶ ତଳେ ଅଛନ୍ତି । Advertisement
ଜିଲ୍ଲା ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନର ଅଫିସ ଗୃହ ନିର୍ମାଣ ପାଇଁ ସାଂସଦ ରୁଦ୍ର ନାରାୟଣ ପାଣିଙ୍କୁ ସାକ୍ଷାତ ଅନୁଗୁଳ – ଅନୁଗୁଳ ଜିଲ୍ଲା ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନର ଅଫିସ ଗୃହ ନିର୍ମାଣ ପାଇଁ ସାଂସଦ ରୁଦ୍ର ନାରାୟଣ ପାଣିଙ୍କୁ ସାକ୍ଷାତ କରି ଆଲୋଚନା କରିଛନ୍ତି…
ଆମ୍ବ ଗଛରୁ ପଡି ଯୁବକ ମୃତ ଛେଣ୍ଡିପଦା – ଆମ୍ବ ଗଛରୁ ପଡ଼ି ଯୁବକଙ୍କ ମୃତ୍ୟୁ । ଅନୁଗୁଳ ଜିଲ୍ଲା ଛେଣ୍ଡିପଦା କୁମ୍ଭାର ସାହିରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତକ ଜଣଙ୍କ…
ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀଙ୍କୁ ଭେଟିଲେ ଦିନେଶ ଅନୁଗୋଳ – ଓଡିଶା ସରକାରଙ୍କ ପଞ୍ଚାୟତ ରାଜ ଓ ପାନୀୟ ଜଳ ବିଭାଗ ର ବସୁଧା ( ଗ୍ରାମାଞ୍ଚଳ ) ର ଉପଦେଷ୍ଟା ଭାବେ ଦିନେଶ ପ୍ରଧାନ…