ମୁଖ୍ୟ ଖବର ହାତୀ କଙ୍କାଳ ଉଦ୍ଧାର Angul OnlineSeptember 30, 2022September 30, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ପୁଣି ଏକ ହାତୀର ମୃତ୍ୟୁ ହୋଇଥିବା ଜଣା ପଡ଼ିଛି । ଜଙ୍ଗଲ ଭିତରେ ଏକ ହାତୀ କେବେଠାରୁ ମରି ପଡିଥିବା ବେଳେ ଆଜି ବନ ବିଭାଗକୁ ହାତୀର ହାଡ଼ କଙ୍କାଳ ମିଳିଛି । ସୂଚନା ଅନୁସାରେ ଅନୁଗୁଳ ବନଖଣ୍ଡ ଫୁପୁଣ୍ଡା ଜଙ୍ଗଲର କମ୍ପାର୍ଟମେଣ୍ଟ ୨ ଅଞ୍ଚଳରେ ଏକ ହାତୀର କଙ୍କାଳ ପଡିଥିବା ୱାଚର ମାନେ ଦେଖି ବନ ବିଭାଗ ଅଧିକାରୀ ମାନଙ୍କୁ ଖବର ଦେଇଥିଲେ । ଖବର ପାଇ ବନ ବିଭାଗର ବରିଷ୍ଠ ଅଧିକାରୀ ମାନେ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ । ପ୍ରାଥମିକ ତଦନ୍ତରେ ହାତୀର ବୟସ ପ୍ରାୟ ୨୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି । ତେବେ ସବିଶେଷ ତଥ୍ୟ ଓ ହାତୀର ମୃତ୍ୟୁର କାରଣ ଜାଣିବା ପାଇଁ ହାତୀର ହାଡ଼ ସଂଗ୍ରହ କରି ଓୟୁଏଟିକୁ ପଠାଯାଇଛି । Advertisement
ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା – ୧ ମୃତ ୪ ଆହତ ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ମହୀଧରପୁର ତଳମୂଳ ରାସ୍ତାର କାଦୁଛକ ନିକଟ ଆଜି ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ…
ପୋଖରୀରେ ବୁଡି ସମ୍ବରର ମୃତ୍ୟୁ ଛେଣ୍ତିପଦା – ପୋଖରୀରେ ବୁଡି ସମ୍ବରର ମୃତ୍ୟୁ । ଏଭଳି ଘଟଣା ଅନୁଗୁଳ ଜିଲ୍ଲା ଛେଣ୍ତିପଦା ବନାଞ୍ଚଳ କଣଲୋଇ ଗ୍ରାମରେ ଘଟିଛି । ଆଜି ଦିନ ପ୍ରାୟ…
ସଡକ ଦୁର୍ଘଟଣାରେ ମାମୁଁ ଭାଣିଜୀ ମୃତ ଅନୁଗୁଳ – ଅନୁଗୁଳ ସଦର ଥାନା ଅନ୍ତର୍ଗତ ଶରଧାପୁର ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଦୁଇଜଣ ମାମୁଁ-ଭାଣିଜୀ…