ମୁଖ୍ୟ ଖବର ବାଣ ଭିଡୁଥିବା ବେଳେ ବିସ୍ଫୋରଣ- ଜଣେ ମୃତ ତିନିଜଣ ଗୁରୁତର Angul OnlineOctober 21, 2022October 21, 2022 ପାଲଲହଡା – ଅନୁଗୁଳ ଜିଲ୍ଲା ଖମାର ଥାନା ଇଞ୍ଜିଡ଼ି ପଞ୍ଚାୟତ ସାଆନ୍ଦା ଗ୍ରାମରେ ବାଣ ଭିଡୁ ଥିବା ବେଳେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି I ମୃତକ ଜଣଙ୍କ ସେହି ଗ୍ରାମର ତ୍ରିପୁର ବେହେରା । ସୂଚନା ଅନୁସାରେ ଆଗକୁ ଦୀପାବଳି ଥିବା ବେଳେ ଆଜି ସକାଳୁ ଘରେ ବାଣ ଭିଡୁଥିଲେ । ତେବେ କୌଣସି କାରଣ ବଶତଃ ହଠାତ୍ ବିସ୍ଫୋରଣ ଘଟିଥିଲା I ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ଘରର ଛପର ଉଡିଯାଇଥିଲା I ଆହତ ମାନଙ୍କୁ ପ୍ରଥମେ ଖମାର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ପରେ ଅନୁଗୁଳ ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି I ଖମାର ପୁଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ଏହି ବାଣ କାରଖାନା ଆଇନ୍ ସମ୍ମତ ଥିଲା ନା ବେଆଇନ ଭାବରେ ଚାଲିଥିଲା ତାହା ସନ୍ଦେହ ଘେରରେ ଅଛି । Advertisement
ଅସୁସ୍ଥ ଦନ୍ତା ହାତୀର ହେଲା ଚିକିତ୍ସା ଅନୁଗୁଳ – ଅସୁସ୍ଥ ଦନ୍ତା ହାତୀକୁ କରାଯାଇଛି ଟ୍ରାଙ୍କୁଲାଇଜ । ଟ୍ରାଙ୍କୁଲାଇଜ ପରେ ନନ୍ଦନକାନନ , ଢେଙ୍କାନାଳ ଓ ଅନୁଗୁଳ ସାତକୋଶିଆ ଅଭୟାରଣ୍ୟରୁ ଆସିଥିବା ପ୍ରାଣୀ ଚିକିତ୍ସକ…
ଥାନା ଭିତରେ ଜଳିଗଲା ଗାଡି ଆଠମଲ୍ଲିକ – ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ପରିସରରେ ଅଗ୍ନିକାଣ୍ତ ଆଜି ମଧ୍ୟାହ୍ନରେ ଏକ ଅଗ୍ନିକାଣ୍ଡ ଘଟି ଜବତ ଗାଡି ପୋଡି ଯାଇଥିବା ଜଣା ପଡିଛି ।…
ଭିଜିଲାନ୍ସ କବଜାରେ ସହକାରୀ ନିର୍ବାହୀ ଯନ୍ତ୍ରୀ – ୫୦ ହଜାର ଟଙ୍କା ନେଉଥିଲେ ଲାଞ୍ଚ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର RWSS ର ସହକାରୀ ନିର୍ବାହୀ ଯନ୍ତ୍ରୀ ସନ୍ତୋଷ ସାହୁ ଲାଞ୍ଚ ନେବା ବେଳେ ଆଜି ଭିଜିଲାନ୍ସ ହାତରେ ଧାରା ପଡିଛନ୍ତି…