ମୁଖ୍ୟ ଖବର ସଡକ ଦୁର୍ଘଟଣା ନେଲା ବାପ-ପୁଅଙ୍କ ଜୀବନ Angul OnlineApril 22, 2021April 22, 2021 ଅନୁଗୁଳ – ସଡକ ଦୁର୍ଘଟଣାରେ ବାପ-ପୁଅ ମୃତ । ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା ପ୍ରତାପପୁର ଠାରେ ଅଜଣା ଗାଡି ଧକ୍କାରେ ୨ ଜଣ ମୋଟରସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ଦୁଇଜଣ ହେଲେ ଛେଣ୍ଡିପଦା ଥାନା ହରିବେରେଣୀ ଗାଁ ବଳରାମ ପ୍ରଧାନ ଓ ତାଙ୍କ ବାପା ଅର୍କ୍ଷିତ ପ୍ରଧାନ । ସୂଚନା ଅନୁସାରେ ଦୁଇଜଣ ମୋଟରସାଇକେଲ ଆରୋହି ଜାତୀୟ ରାଜପଥ ୫୫ ରେ ବାମୂର ଗାଁ ବଳରାମଙ୍କ ଶ୍ଵଶୁର ଘରୁ ଛେଣ୍ଡିପଦା ଘରକୁ ଫେରୁଥିଲେ । ତେବେ ପ୍ରତାପପୁରଠାରେ ପଛରୁ ଦ୍ରୁତ ଗତିରେ ଏକ ଗାଡି ଆସି ସେମାନଙ୍କୁ ଧକ୍କା ଦେଇ ପଳାଇ ଯାଇଥିଲା । ଦୁର୍ଘଟଣା ଫଳରେ ଘଟଣା ସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଛି । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । Advertisement
ଦୂର୍ଗା ମଣ୍ଡପରେ ନିର୍ମାଣ ହୋଇଥିବା କଲ୍ୟାଣ ମଣ୍ଡପ ଭାଙ୍ଗିଲା ଅନୁଗୁଳ – ଅନୁଗୁଳ ଅମଲାପଡ଼ା କଲ୍ୟାଣ ମଣ୍ଡପରେ ବେଆଇନ ଭାବେ ନିର୍ମାଣ ହୋଇଥିବା କଲ୍ୟାଣ ମଣ୍ଡପକୁ ଶୁକ୍ରବାର ସକାଳେ ଭାଙ୍ଗି ଦିଆଯାଇଛି । ବହୁ ଦିନର ବାଦବିବାଦରେ…
ବିଧାୟକଙ୍କ ଘରେ ଅଚିହ୍ନା ଯୁବତୀ ଘଟଣା – ଥାନାରେ ଅଭିଯୋଗ କଲେ ବିଧାୟକ ଅନୁଗୁଳ – ରାତି ଅଧରେ ଜଣେ ଯୁବତୀ ଆସି ବିଧାୟକଙ୍କ ଘରେ ରହିବା, ଯୁବତୀଙ୍କୁ ନେଇ ପରିବାର ଲୋକ ହଟ୍ଟଗୋଳ କରିବାରୁ ବିଧାୟକ କାର୍ନାମା ସଂପର୍କରେ ଚର୍ଚ୍ଚା…
ପୁଲିସ ର ମାଡରେ ଯୁବକ ଗୁରୁତର ଅଭିଯୋଗ ପାଲଲହଡା – ଅନୁଗୋଳ ଜିଲ୍ଲା ଖାମାର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମର ଆଦିତ୍ୟ ବେହେରା ପୁଲିସର ମାଡରେ ଗୁରୁତର ହୋଇଥିବା ଅଭିଯୋଗ ହୋଇଥିବା ବେଳେ ତାଙ୍କୁ ଜିଲ୍ଲା…