ମୁଖ୍ୟ ଖବର ହାତୀ ଆକ୍ରମଣରେ ବନ କର୍ମଚାରୀ ମୃତ Angul OnlineNovember 3, 2022November 3, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ହାତୀ ଆକ୍ରମଣରେ ପୁଣି ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ଜଣେ ବନ ବିଭାଗର କର୍ମଚାରୀ ବୋଲି ଜଣା ପଡ଼ିଛି । ସୂଚନା ଅନୁସାରେ ଗତ କିଛିଦିନ ହେଲା ଅନୁଗୁଳ ଜିଲ୍ଲା , ନାଲକୋ , କୁଲାଡ଼ ଓ ତାର ଆଖପାଖ ଅଞ୍ଚଳରେ ହାତୀ ପଲ ବୁଲାବୁଲି କରି ଆସୁଛନ୍ତି । ଏହି ହାତୀପଲ କୁ ଜଗିବା ପାଇଁ ବନ ବିଭାଗର କିଛି କର୍ମଚାରୀ ନିୟୋଜିତ ହୋଇଛନ୍ତି । ଆଜି ସନ୍ଧ୍ୟାରେ କୁଲାଡ଼ ଗାଁ ନିକଟରେ ହାତୀପଲ ଥିବା ବେଳେ ବନ ବିଭାଗ କର୍ମଚାରୀ ହାତୀ ପଲକୁ ଘଉଡାଇବା ପାଇଁ ସେଠାରେ ଥିଲେ । ତେବେ ହଠାତ ଏକ ହାତୀ ଜଣେ ଫରେଷ୍ଟ ଗାର୍ଡ ଶରତ ଘଡେଇଙ୍କୁ ଆକ୍ରମଣ କରିଥିଲା । ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି । ମୃତ ଶରତଙ୍କ ଘର ତାଳଚେର ଜନ୍ଦାବାହାଳ ବୋଲି ସୂଚନା ମିଳିଛି । Advertisement
ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ – ସ୍ନାତକରେ ୨ ଓ ପିଜିରେ ୧୦ ନୂଆ ବିଭାଗ ଅନୁଗୁଳ – ଅନୁଗୁଳ ଜିଲ୍ଲାର ସର୍ବପୁରାତନ ଉଚ୍ଚ ଶିକ୍ଷା ଅନୁଷ୍ଠାନ ଅନୁଗୁଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ଗୌରବମୟ ଇତିହାସ ପୃଷ୍ଠାରେ ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ ଯୋଡ଼ି…
ବିଦ୍ୟୁତ ବିଭାଗ କାର୍ଯ୍ୟାଳୟରେ ତାଲା ପକାଇଲେ ବିଧାୟକ ଅନୁଗୁଳ – ଅନୁଗୁଳ ଜିଲ୍ଲା ତଥା ସଦର ମହକୁମାରେ ବିଦ୍ୟୁତ୍ ବିଭାଗ ସଂସ୍ଥାର ମନମୁଖୀ କାର୍ଯ୍ଯ ଓ ବିଭିନ୍ନ ଅବହେଳା ନେଇ ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର…
ସିବିଆଇ ପଞ୍ଝାରେ ଖଣି ସୁରକ୍ଷା ଅଧିକାରୀ ଇଂନଚାର୍ଜ ତାଳଚେର – ସିବିଆଇ ପଞ୍ଝାରେ ତାଳଚେର ଏମସିଏଲର ଖଣି ସୁରକ୍ଷା ଅଧିକାରୀ ଇଂନଚାର୍ଜ ଜୟନ୍ତ ବାରିକ । ତାଳଚେର ଏମସିଏଲର ବଳରାମ କୋଇଲା ଖଣି ସୁରକ୍ଷା ଅଧିକାରୀ…