ମୁଖ୍ୟ ଖବର ପୂର୍ବତନ ମନ୍ତ୍ରୀ ଦେବରାଜ ସାହୁଙ୍କ ପରଲୋକ Angul OnlineFebruary 25, 2022February 25, 2022 ଅନୁଗୁଳ – ପୂର୍ବତନ ଡେପୁଟି ମିନିଷ୍ଟର ହୋମ ତଥା ଅନୁଗୁଳର ପୂର୍ବତନ ବିଧାୟକ ଦେବରାଜ ସାହୁଙ୍କ ପରଲୋକ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା । ସେ ଗତ ୧୫ ଦିନ ହେଲା ନିମୋନିଆରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର କଳିଙ୍ଗ ହସପିଟାଲରେ ଚିକିତ୍ସାଧୀନ ଥିବା ବେଳେ ଆଜି ସକାଳୁ ତାଙ୍କର ମୃତ୍ୟୁ ହୋଇଛି । ଶ୍ରୀଯୁକ୍ତ ଦେବରାଜ ୧୯୭୧ ରୁ ୧୯୭୪ ମସିହା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ବିଶ୍ଵନାଥ ଦାସ ମନ୍ତ୍ରୀ ମଣ୍ଡଳରେ ଡେପୁଟି ମିନିଷ୍ଟର ହୋମ ଥିଲେ । ତାଙ୍କରି ସମୟରେ ଅନୁଗୁଳରେ ଦମକଳ କେନ୍ଦ୍ର ପ୍ରତିଷ୍ଠା ହୋଇଥିଲା । ସେ ଜଣେ ନିଷ୍ଠାପର , ସଚ୍ଚୋଟ ତଥା ଗରିବ ଲୋକଙ୍କ ଦରଦୀ ବନ୍ଧୁ ଥିଲେ । ତାଙ୍କ ବିୟୋଗରେ ଅନୁଗୁଳ ଜିଲ୍ଲା ତଥା ଶୁଭେଚ୍ଛୁଙ୍କ ମହଲରେ ଶୋକର ଛାୟା ଖେଳି ଯାଇଛି । Advertisement
ବାଘ ମୃତ ଦେହ ଠାବ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ପୁଣି ବାଘର ମୃତ୍ୟୁ ହୋଇଥିବା ଜଣା ପଡିଛି । ଅନୁଗୁଳ ବନଖଣ୍ଡ ଜରପଡା ରେଞ୍ଜ ଓ ଆଠମଲ୍ଲିକ ବନଖଣ୍ଡ, ଧଣ୍ଡାତୋପା ରେଞ୍ଜ…
ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବାପୁଜୀ ମହାବିଦ୍ୟାଳୟ ପୋଲ ନିକଟରୁ ତିନି ଦିନ ପୂର୍ବରୁ ନିଖୋଜ ଥିବା ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି…
ତାଳଚେର ବଦନାମ – ବହୁ ବିଭ୍ରାଟ ଭିତରେ ହେଲା ଲଡୁ ନିଲାମ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେରର ଗଣପର୍ବ ପ୍ରଭୁ ଶ୍ରୀ ଗଜାନନଙ୍କ ପୂଜା ୨୭ ତାରିଖ ଠାରୁ ଆରମ୍ଭ ହୋଇ ୭ ତାରିଖ ପର୍ଯ୍ୟନ୍ତ ଚାଲିବ ।…