ମୁଖ୍ୟ ଖବର ପୂର୍ବତନ ମନ୍ତ୍ରୀ ଦେବରାଜ ସାହୁଙ୍କ ପରଲୋକ Angul OnlineFebruary 25, 2022February 25, 2022 ଅନୁଗୁଳ – ପୂର୍ବତନ ଡେପୁଟି ମିନିଷ୍ଟର ହୋମ ତଥା ଅନୁଗୁଳର ପୂର୍ବତନ ବିଧାୟକ ଦେବରାଜ ସାହୁଙ୍କ ପରଲୋକ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା । ସେ ଗତ ୧୫ ଦିନ ହେଲା ନିମୋନିଆରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର କଳିଙ୍ଗ ହସପିଟାଲରେ ଚିକିତ୍ସାଧୀନ ଥିବା ବେଳେ ଆଜି ସକାଳୁ ତାଙ୍କର ମୃତ୍ୟୁ ହୋଇଛି । ଶ୍ରୀଯୁକ୍ତ ଦେବରାଜ ୧୯୭୧ ରୁ ୧୯୭୪ ମସିହା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ବିଶ୍ଵନାଥ ଦାସ ମନ୍ତ୍ରୀ ମଣ୍ଡଳରେ ଡେପୁଟି ମିନିଷ୍ଟର ହୋମ ଥିଲେ । ତାଙ୍କରି ସମୟରେ ଅନୁଗୁଳରେ ଦମକଳ କେନ୍ଦ୍ର ପ୍ରତିଷ୍ଠା ହୋଇଥିଲା । ସେ ଜଣେ ନିଷ୍ଠାପର , ସଚ୍ଚୋଟ ତଥା ଗରିବ ଲୋକଙ୍କ ଦରଦୀ ବନ୍ଧୁ ଥିଲେ । ତାଙ୍କ ବିୟୋଗରେ ଅନୁଗୁଳ ଜିଲ୍ଲା ତଥା ଶୁଭେଚ୍ଛୁଙ୍କ ମହଲରେ ଶୋକର ଛାୟା ଖେଳି ଯାଇଛି । Advertisement
ହୋ ହାଲ୍ଲା ଭିତରେ ସରିଲା କୋଇଲା ଖଣି ପାଇଁ ଜନ ଶୁଣାଣି ଅନୁଗୁଳ – ଅନଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକରେ ଖନନ ହେବାକୁ ଯାଉଛି ବୈତରଣୀ ୱେଷ୍ଟ ଓପନ କାଷ୍ଟ କୋଇଲା ଖଣି । ଏହି ଖଣି ଖନନ ପାଇଁ…
ଜିଲ୍ଲାର ୯ ଲକ୍ଷ ୭୧ ହଜାର ୮୩୦ ଜଣ ଭୋଟର ବାଛିବେ ନେତା ଅନୁଗୁଳ – ସାଧାରଣ ନିର୍ବାଚନ-୨୦୨୪ ନିମନ୍ତେ ଏକ ସାମ୍ବାଦିକ ସମ୍ମିଳନୀ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧୁକାରୀ ଶ୍ରୀ ଅବ୍ଦାଲ୍ ଏମ୍ ଅଖତାରଙ୍କ ଅଧ୍ୟକ୍ଷତାରେ ଆଜି ଆପରାହ୍ନରେ…
ଦୁର୍ଘଟଣାରେ ତିନି ମୋଟରସାଇକେଲ ଆରୋହି ମୃତ ଅନୁଗୋଳ – ଅନୁଗୋଳ ଜିଲ୍ଲା ଦେଇ ଜାତୀୟ ରାଜପଥ 55ରେ ସଡ଼କ ଦୁର୍ଘଟଣା । ଏକ ପରିବା ବୋଝେଇ ପିକ ଅପ ଭ୍ୟାନ ଧକ୍କାରେ 3 ଜଣଙ୍କ…