ରାଜନୀତି ହଜାର ହଜାର ସମର୍ଥକଙ୍କ ସହ ପଦ୍ମ ଧରିଲେ ସଞ୍ଜୀବ Angul OnlineNovember 19, 2021November 19, 2021 ଭୁବନେଶ୍ୱର – ବିଜେପିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ । ନିଜର ହଜାର ହଜାର ସମର୍ଥକଙ୍କ ସହ ସେ ବିଜେପିରେ ସାମିଲ ହୋଇଛନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏହି ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଉପସ୍ଥିତିରେ ଆଜି ସେ ବିଜେପିରେ ସାମିଲ ହୋଇଛନ୍ତି । ଗତ ବିଧାନସଭା ନିର୍ବାଚନରେ ବିଜେଡି ସଞ୍ଜୀବ ସାହୁଙ୍କୁ ପ୍ରାର୍ଥୀ କରି ନଥିଲା । ତାଛଡ଼ା ଲଗାତାର ଦଳରେ ଅଣଦେଖା କରାଯାଉଥିବାରୁ ସେ ଅସନ୍ତୁଷ୍ଟ ଥିଲେ । ସେ ବିଜେପିରେ ସାମିଲ ହେଉଥିବା ଚର୍ଚ୍ଚା ହେଉଥିଲା । କିଛି ଦିନ ତଳେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ । ତେବେ ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ସେ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ଅନ୍ୟ ବିଜେପି ନେତାଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି । ବିଜେପି ପାର୍ଟି ହେଡକ୍ୱାର୍ଟରରେ ଆୟୋଜିତ ସଭାରେ ସଞ୍ଜୀବ ସାହୁ ତାଙ୍କର ପ୍ରାୟ ହଜାର ହଜାର ସମର୍ଥକଙ୍କ ସହ ବିଜେପିରେ ମିଶିଛନ୍ତି । ସଂଜୀବ ସାହୁ ଆଠମଲ୍ଲିକରୁ ୨୦୦୯ ଏବଂ ୨୦୧୪ ମସିହାରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୨୦୦୯ ମସିହାରେ ସେ ୧୮ହଜାର ୯୮୧ ଖଣ୍ଡ ଭୋଟ୍ରେ କଂଗ୍ରେସର ମୌସୁମୀ ପ୍ରଧାନଙ୍କୁ ପରାସ୍ତ କରିଥିଲେ । ୨୦୧୪ ମସିହାରେ କଂଗ୍ରେସର ସୁରେନ୍ଦ୍ର କୁମାର ପ୍ରଧାନଙ୍କୁ ୧୯ ହଜାର ୫୩୩ ଖଣ୍ଡ ଭୋଟ୍ରେ ପରାସ୍ତ କରିଥିଲେ । ତଥାପି ୨୦୧୯ ମସିହାରେ ବିଜେଡ଼ି ସଞ୍ଜୀବଙ୍କ ବଦଳରେ ରମେଶ ଚନ୍ଦ୍ର ସାଏଙ୍କୁ ଟିକେଟ୍ ଦେଇଥିଲା । ଏହା ପରଠୁ ସଞ୍ଜୀବ ବିଜେଡି ଉପରେ ଅସନ୍ତୁଷ୍ଟ ଥିଲେ । Advertisement
ଓଡିଆ ପୁଅ ଧର୍ମେନ୍ଦ୍ର ହେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ !! ଖୁବ ଶୀଘ୍ର ନୂତନ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଚୟନ ହେବାର ଅଛି । ତେବେ ଏହା ପୂର୍ବରୁ କିଏ ଏହି ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବ ତାକୁ ନେଇ…
ସୁଦିପଙ୍କୁ ନଗର କଂଗ୍ରେସ ସଭାପତି ଦାୟିତ୍ଵ ଅନୁଗୁଳ – ଅନୁଗୁଳ ଜିଲ୍ଲାର ଉଦୀୟମାନ ଯୁବ ନେତା ସୁଦିପ୍ ମିଶ୍ର (ଲାଟା) ଙ୍କ ଗୁରୁତ୍ୱ କଂଗ୍ରେସ ଦଳରେ ବଢିବାକୁ ଲାଗିଛି । ସୁଦିପ୍ ପୁର୍ବରୁ ଛାତ୍ର…
ବିଧାୟକଙ୍କ ନିଲମ୍ବନ ପ୍ରତିବାଦରେ ବିକ୍ଷୋଭ ସହ ମୋହନ ମାଝିଙ୍କ କୁଶ ପୁତ୍ତଳିକା ଦାହ ଅନୁଗୁଳ – ଅନୁଗୁଳ ଜିଲ୍ଲା କଂଗ୍ରେସ ପକ୍ଷରୁ ରାଜ୍ୟ ସରକାର ବିରୁଦ୍ଧରେ ପ୍ରତିବାଦ । ଆଜି ସନ୍ଧ୍ୟାରେ ବିଭିନ୍ନ ସ୍ଳୋଗାନ ଦେଇ ସ୍ଥାନୀୟ କଂଗ୍ରେସ ଭବନଠାରୁ ଏକ…