ଆଞ୍ଚଳିକ ଗ୍ରାଣ୍ଡ ପ୍ୟାରେଣ୍ଟସ୍ ଡେ ପାଳିତ Angul OnlineSeptember 13, 2021September 13, 2021 ଅନୁଗୁଳ – ଅନୁଗୁଳ ରୋଟାରୀ ପବ୍ଲିକ ସ୍କୁଲରେ କୋଭିଡ ନିତୀନିୟମ ସହ ଗ୍ରାଣ୍ଡ ପ୍ୟାରେଣ୍ଟସ୍ ଡେ ‘ଅଭିନନ୍ଦନମ -୨୦୨୧’ ପାଳିତ ହୋଇଯାଇଛି । ଏହି ଉତ୍ସଵରେ ମୂଖ୍ୟ ଅତିଥି ଭାଵରେ ଡ. ଧରଣୀଧର ନାଥ ଯୋଗଦେଇ ଉପସ୍ଥିତ ଜେଜେ ମା’ ଏବଂ ଜେଜେ ବାପାଙ୍କୁ ସମ୍ମାନିତ କରିଥିଲେ । ରୋଟାରୀ ପବ୍ଲିକ ସ୍କୁଲ ପରିଚାଳନା କମିଟିର ଅଧ୍ୟକ୍ଷ ରୋଟାରିଆନ ନିଖିଲ ରଞ୍ଜନ ମିଶ୍ର ଏବଂ କୋଷାଧ୍ୟକ୍ଷ ନିର୍ମଳ କୁମାର ମିଶ୍ର ଯୋଗଦେଇ ଆଜିର ସମାଜରେ ଜେଜେ ଵାପା ଏବଂ ଜେଜେ ମା’ଙ୍କ ଆବଶ୍ୟକତା ଏବଂ ଅବଦାନ ଉପରେ ଆଲୋକପାତ କରିଥିଲେ । ଉପସ୍ଥିତ ଜେଜେ ଵାପା ଏବଂ ଜେଜେ ମା’ ନୂଆ ପିଢିର କଳିକା ମାନଙ୍କୁ ସଠିକ ମାର୍ଗରେ ଦିଗଦର୍ଶନ ଦେଵା ସହ ଵିଦ୍ୟାଳୟର ଏହି ସ୍ଵତନ୍ତ୍ର ପ୍ରୟାସ ପାଇଁ ଧନ୍ୟଵାଦ ଏବଂ ଅଭିନନ୍ଦନ ଜଣାଇଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ଅଶୋକ କୁମାର ଵେହେରା , ଉପାଧ୍ୟକ୍ଷ ଡ. ମନୋରଞ୍ଜନ ପଣ୍ଡା, କାର୍ଯ୍ୟକ୍ରମ ପରିଚାଳିକା ଅନୁଭା ମିଶ୍ର ଏବଂ ପ୍ରଧାନ ଶିକ୍ଷୟିତ୍ରୀ କଳ୍ପଲତା ଦାଶଙ୍କ ତତ୍ଵାଵଧାନରେ ଆୟୋଜିତ ଏହି ଉତ୍ସବରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦେଇଥିଲେ । ଵିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । Advertisement
ଶୋଇଥିବା ବେଳେ ଛାତ୍ରୀଙ୍କ ତଣ୍ଟି ସହପାଠୀ କାଟିଦେବା ଅଭିଯୋଗ ଅନୁଗୁଳ – ଘରୋଇ ଶିକ୍ଷାନୁଷ୍ଠାନର ଲେଡି ହଷ୍ଟେଲରେ ଛାତ୍ରୀଙ୍କ ତଣ୍ଟି ସହପାଠୀ କାଟି ଦେଇଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ନାବାଳିକା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ…
ଜିଲ୍ଲା ବ୍ରାହ୍ମଣ ମହାସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଗୁଳ – ଅନୁଗୁଳ ଜିଲ୍ଲା ବ୍ରାହ୍ମଣ ମହାସଂଘର ସଭାପତି ଶଶାଙ୍କ ଶେଖର ପାଣି ଓ କାର୍ଯ୍ୟକାରୀ ସଭାପତି ସୁବୋଧ କୁମାର ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ବ୍ୟୋମକେଶ ଶତପଥୀଙ୍କ ଆବାହାକତ୍ୱରେ…
ମୋଟରସାଇକେଲ ଉପରେ ପଡିଲା ଗଛ – ୩ ଗୁରୁତର ଛେଣ୍ଡିପଦା – ଅନୁଗୁଳ-ଛେଣ୍ତିପଦା ରାସ୍ତାରେ କୋଶଳା ରିସର୍ଚ୍ଚ ନର୍ସରୀ ସମ୍ମୁଖରେ ଗଛ ଭାଙ୍ଗି ମୋଟରସାଇକେଲରେ ଯାଉଥିବା ୩ ଜଣ ଆହତ ହୋଇଛନ୍ତି । ଆହତମାନେ ହେଲେ କରଡାବାହାଳି…