ସାମୁହିକ ବିବାହ: ୨୮ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ

ଅନୁଗୁଳ – ଜିଲ୍ଲା ପ୍ରଶାସନ ଓ ବିଶ୍ୱଯୁବ କେନ୍ଦ୍ରର ମିଳିତ ସହଯୋଗରେ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା ଅନ୍ତର୍ଗତ ଆଜି ଅନୁଗୁଳ ଜିଲ୍ଲା ସଭାଗୃହଠାରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ପବିତ୍ର ଓ ମାଙ୍ଗଳିକ ଅବସରରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ମନୋନୀତ ୨୮ ଯୋଡ଼ା ବର-କନ୍ୟା ବୈଦିକ ରୀତିନୀତି ଅନୁସାରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି।
ଏହି କାର୍ଯ୍ୟକ୍ରମରେ ମାନ୍ୟବର ପାଲଲହଡ଼ା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ଅଶୋକ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବ ଦମ୍ପତିମାନଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ।

ସେ ଏହି ଯୋଜନାକୁ ସାମାଜିକ ବୈଷମ୍ୟ, ଯୌତୁକ ପ୍ରଥା ଓ ବାଲ୍ୟବିବାହ ବିରୋଧରେ ଏକ ସୁଦୃଢ଼ ପଦକ୍ଷେପ ବୋଲି କହିଥିଲେ। ସେହିଭଳି ସମ୍ମାନିତ ଅତିଥି ଭାବେ ମାନ୍ୟବର ସମ୍ବଲପୁର ଲୋକସଭା ସାଂସଦ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ପ୍ରତିନିଧି ସୁଦିପ କୁମାର ଗଡନାୟକ, ମାନ୍ୟବର ଛେଣ୍ଡିପଦା ବିଧାୟକଙ୍କ ପ୍ରତିନିଧି ଶ୍ରୀ ଚୌଧୁରୀ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟ, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ଶ୍ରୀମତୀ ନିରୂପମା ପାଣି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଗୌରୀ ଶଙ୍କର ବେହେରାଙ୍କ ସମେତ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ନବଦମ୍ପତିମାନଙ୍କୁ ଆଶୀର୍ବାଦ ଜଣାଇଥିଲେ। ଏହି ଅବସରରେ ନବଦମ୍ପତିମାନଙ୍କୁ ଶାଢ଼ୀ, ମଙ୍ଗଳସୂତ୍ର ଓ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା।

Advertisement

Leave a Reply

Your email address will not be published. Required fields are marked *

You cannot copy content of this page