ଅପରାଧ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ଵାମି Angul OnlineMay 31, 2022May 31, 2022 ଅନୁଗୁଳ – ସାବିତ୍ରୀ ଅମାବାସ୍ୟା ଭଳି ଦିନରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ । ଏଭଳି ଅଭାବନୀୟ ଘଟଣା ବନ୍ତଳା ଥାନା ବଡକେରା ଗାଁରେ ଘଟି ଯାଇଛି । ସୂଚନା ଅନୁସାରେ ବଡକେରା ଗାଁର ବସନ୍ତ ବେହେରା ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ କୌଣସି କାରଣ ପାଇଁ ରାତିରେ ଗଣ୍ଡଗୋଳ ହୋଇଥିଲା । ଏହି ଗଣ୍ଡଗୋଳ ବେଳେ ଉତ୍ତ୍ୟକ୍ତ ହୋଇ ବସନ୍ତ ଏକ ଟାଙ୍ଗିଆରେ ତାଙ୍କ ସ୍ତ୍ରୀ ଲିପିକୁ ଆକ୍ରମଣ କରିଥିଲେ । ଟାଙ୍ଗିଆ ଚୋଟରେ ଲିପି ସେଇଠାରେ ହିଁ ଟଳି ପଡ଼ିଥିଲେ । ଏହା ପରେ ସ୍ବାମୀ ବସନ୍ତ ନିଜେ ବିଳମ୍ବିତ ରାତିରେ ଥାନାକୁ ଯାଇ ଘଟଣା ସମ୍ପର୍କରେ ଜଣାଇବା ସହ ଆତ୍ମସମର୍ପଣ କରିଥିବା ଜଣା ପଡ଼ିଛି । ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । Advertisement
ନ୍ୟାୟ ପାଇଁ ପ୍ରେମିକ ଘର ଆଗରେ ଧାରଣାରେ ମହିଳା କଣିହାଁ – ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ରେଙ୍ଗାଳି ଥାନା ଅନ୍ତର୍ଗତ ଭାଲିଆବେଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଭାଲିଆବେଡା ଗ୍ରାମର ୩୫…
ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ – ଅଭିଯୋଗ କଲେ ପରିବାର ଅନୁଗୁଳ – ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ । ହତ୍ୟା କରିବା ପରେ ଫେରାର ହୋଇ ଯାଇଥିବା ଅଭିଯୋଗ କରିଛନ୍ତି ଝିଅର ପରିବାର ଲୋକ । ସୂଚନା…
୧୨ ଲକ୍ଷ ୫୦ ହଜାର ଟଙ୍କାର ବ୍ରାଉନସୁଗାର ଜବତ ଅନୁଗୋଳ – ଅନୁଗୋଳ ଜିଲ୍ଲା ଅବକାରୀ ବିଭାଗକୁ ଏକ ବଡ ସଫଳତା ମିଳିଛି । ଅନେକ ଦିନ ହେଲା ଅବକାରୀ ବିଭାଗର ଟାର୍ଗେଟରେ ଥିବା ଜଣେ ବ୍ରାଉନସୁଗାର…