ଅପରାଧ ଦୁଷ୍କର୍ମ ଅଭିଯୁକ୍ତକୁ କାରାଦଣ୍ଡାଦେଶ Angul OnlineSeptember 18, 2024September 18, 2024 ଅନୁଗୁଳ – ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ବଅଁରପାଳ ବ୍ଲକ୍ ତୁଳସୀପାଳ ଗାଁର ତପନ ଜେନା(୩୧)କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଅଦାଲତ । ତାକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ହେବା ସହ ୫୦ ହଜାର ଟଙ୍କା ଜରିମାନା କରାଯାଇଛି । ଜରିମାନା ଅନାଦେୟ ତାକୁ ଅତିରିକ୍ତ ୧ ବର୍ଷ ଜେଲରେ ରହିବାକୁ ପଡ଼ିବ। ସୂଚନା ଅନୁସାରେ, ଅଭିଯୁକ୍ତ ସେ ଜଣେ କଲେଜ ଛାତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ । ଛାତ୍ରୀ ଜଣଙ୍କ ଘରେ ଏକା ଥିଲା ବେଳେ ଅଭିଯୁକ୍ତ ତାଙ୍କୁ ଅସଦାଚରଣ କରିବା ସହ ତାଙ୍କ କଥାରେ ରାଜି ନ ହେଲେ ଜୀବନରୁ ମାରିଦେବାକୁ ଧମକ ବି ଦେଉଥିଲେ। ଏମିତି ବାରମ୍ବାର ହେବାରୁ ଛାତ୍ରୀଜଣଙ୍କୁ ତାଙ୍କ ମା’ଙ୍କୁ ଏକଥା ଜଣାଇଥିଲେ। ପରେ ସେ ବଅଁରପାଳ ଥାନାରେ ଏତଲା ଦେବା ପରେ ପୁଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରିଥିଲା । ଏହି ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ତଥା ଫାଷ୍ଟଟ୍ରାକ କୋର୍ଟ ବିରଞ୍ଜି ନାରାୟଣ ମିଶ୍ର ମୋଟ ୬ ଜଣ ସାକ୍ଷୀ ଓ ଅନ୍ୟ ପ୍ରମାଣକୁ ଭିତ୍ତି କରି ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିବା ସହ ଏହି ରାୟ ଶୁଣାଇଛନ୍ତି। ସେହିପରି ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରିବାକୁ କୁହାଯାଇଛି। ସରକାରଙ୍କ ପକ୍ଷରୁ ଏହି ମାମଲାକୁ ଅତିରିକ୍ତ ପିପି ପ୍ରଦୀପ କୁମାର ଭୂତିଆ ପରିଚାଳନା କରୁଥିଲେ। Advertisement
ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର – ହତ୍ୟା ଅଭିଯୋଗ ଆଣିଲେ ପରିବାର ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ପୁଲିସ ଝୁଲନ୍ତା ଅବସ୍ଥାର ଯୁବକଙ୍କ ମୃତ ଦେହ ଉଦ୍ଧାର କରିଛି । ତାଳଚେର ବହ୍ଲର ଛକ ନିକଟସ୍ଥ ମନ୍ଦିର ସାମ୍ନା…
୧୧ କେଜି ଗଞ୍ଜେଇସହ ୨ ଗିରଫ ଅନୁଗୋଳ – ଅନୁଗୋଳ ଜିଲ୍ଲା ଅବକାରୀ ବିଭାଗ ତରଫରୁ ଗୁରୁବାର ୧୧ କେଜି ଗଞ୍ଜେଇସହ ୨ ଜଣଙ୍କୁ ଗିରଫ କରାଯାଇଛି । ସୂଚନା ଅନୁସାରେ , ଦେବଗଡ଼…
ବରିଷ୍ଠ ବିଜେଡି ନେତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା – ଅଭିଯୁକ୍ତ ଗିରଫ ଅନୁଗୁଳ – ଅନୁଗୁଳ ଜିଲ୍ଲା ନାଲକୋ ଥାନା ବଳରାମ ପ୍ରସାଦ ଗାଁରେ ମଙ୍ଗଳବାର ସକାଳ ପ୍ରାୟ ୭ଟା ବେଳେ ଏକ ହତ୍ୟାକାଣ୍ଡ ଘଟି ଯାଇଚି । ଗାଁର…