ଅପରାଧ ଦୁଷ୍କର୍ମ ଅଭିଯୁକ୍ତକୁ କାରାଦଣ୍ଡାଦେଶ Angul OnlineSeptember 18, 2024September 18, 2024 ଅନୁଗୁଳ – ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ବଅଁରପାଳ ବ୍ଲକ୍ ତୁଳସୀପାଳ ଗାଁର ତପନ ଜେନା(୩୧)କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଅଦାଲତ । ତାକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ହେବା ସହ ୫୦ ହଜାର ଟଙ୍କା ଜରିମାନା କରାଯାଇଛି । ଜରିମାନା ଅନାଦେୟ ତାକୁ ଅତିରିକ୍ତ ୧ ବର୍ଷ ଜେଲରେ ରହିବାକୁ ପଡ଼ିବ। ସୂଚନା ଅନୁସାରେ, ଅଭିଯୁକ୍ତ ସେ ଜଣେ କଲେଜ ଛାତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ । ଛାତ୍ରୀ ଜଣଙ୍କ ଘରେ ଏକା ଥିଲା ବେଳେ ଅଭିଯୁକ୍ତ ତାଙ୍କୁ ଅସଦାଚରଣ କରିବା ସହ ତାଙ୍କ କଥାରେ ରାଜି ନ ହେଲେ ଜୀବନରୁ ମାରିଦେବାକୁ ଧମକ ବି ଦେଉଥିଲେ। ଏମିତି ବାରମ୍ବାର ହେବାରୁ ଛାତ୍ରୀଜଣଙ୍କୁ ତାଙ୍କ ମା’ଙ୍କୁ ଏକଥା ଜଣାଇଥିଲେ। ପରେ ସେ ବଅଁରପାଳ ଥାନାରେ ଏତଲା ଦେବା ପରେ ପୁଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରିଥିଲା । ଏହି ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ତଥା ଫାଷ୍ଟଟ୍ରାକ କୋର୍ଟ ବିରଞ୍ଜି ନାରାୟଣ ମିଶ୍ର ମୋଟ ୬ ଜଣ ସାକ୍ଷୀ ଓ ଅନ୍ୟ ପ୍ରମାଣକୁ ଭିତ୍ତି କରି ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିବା ସହ ଏହି ରାୟ ଶୁଣାଇଛନ୍ତି। ସେହିପରି ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରିବାକୁ କୁହାଯାଇଛି। ସରକାରଙ୍କ ପକ୍ଷରୁ ଏହି ମାମଲାକୁ ଅତିରିକ୍ତ ପିପି ପ୍ରଦୀପ କୁମାର ଭୂତିଆ ପରିଚାଳନା କରୁଥିଲେ। Advertisement
ଘରେ ନିଆଁ ଲଗାଇ ହତ୍ୟା ଘଟଣା – ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ ଅନୁଗୁଳ – ଅନୁଗୁଳ ପିଟିସି ଛକ ସନ୍ତୋଷୀ ମା ମନ୍ଦିର ନିକଟରେ ୨୦୧୬ ମସିହାରେ ପୂର୍ବ ଶତ୍ରୁତାରୁ ଘରେ ଶୋଇଥିବା ବେଳେ ଛବି ନାଏକ ନାମକ ଜଣେ…
ଦୁଷ୍କର୍ମ କରି ବନ୍ଧା ହେଲେ ରସିକିଆ ଟିଉସନ ମାଷ୍ଟର – ନାବାଳିକାଙ୍କ ସହ ଅନ୍ତରଙ୍ଗ ଫଟୋ କରିଥିଲେ ଭାଇରାଲ ପାଲଲହଡା – ଗତ କିଛି ଦିନ ହେଲା ପାଲଲହଡା ଅଞ୍ଚଳରେ ଚର୍ଚ୍ଚା ପାଲଟିଥିବା ରଷିକିଆ ଟିଉସନ ସାର ମୁକେଶ ଶେଷରେ ବନ୍ଧା ହୋଇଛନ୍ତି । ନାବାଳିକାଙ୍କୁ ଦୁଷ୍କର୍ମ…
ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର କଣିହାଁ – ଅନୁଗୁଳ ଜିଲ୍ଲା କଣିହାଁ ଥାନା ହରିଚନ୍ଦନପୁର ଗ୍ରାମ ନିକଟସ୍ଥ ଥିବା ଜଙ୍ଗଲରୁ ଜଣେ ନାବାଳକଙ୍କ ମୃତ ଦେହ ଉଦ୍ଧାର ହୋଇଛି । ମୃତ ନାବାଳକ…