ମୁଖ୍ୟ ଖବର ସମିତିସଭ୍ୟ ନିର୍ବାଚନରେ ଜସ୍ମିତାଙ୍କ ବାଜିମାତ Angul OnlineMay 28, 2022May 28, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ସାନକେରଜାଙ୍ଗ ପଞ୍ଚାୟତ ପାଇଁ ସମିତିସଭ୍ୟ ନିର୍ବାଚନରେ ବିଜେଡି ସମର୍ଥିତ ସମିତିସଭ୍ୟା ପ୍ରାର୍ଥୀନୀ ଜସ୍ମିତା ପ୍ରଧାନ ପ୍ରତିପକ୍ଷ ପ୍ରତିଦ୍ବନ୍ଦୀ ରୀନା ପ୍ରଧାନଙ୍କ ଠାରୁ ୯୯୯ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି । ଗତ ତ୍ରିସ୍ତରୀୟ ନିର୍ବାଚନ ପାଇଁ ଭୋଟ ଗ୍ରହଣର କିଛି ଦିନ ଆଗରୁ ପ୍ରାର୍ଥୀନୀ ନମିତା ନାଏକଙ୍କର ମୃତ୍ୟୁ ହୋଇଥିଲା । ଏଥିପାଇଁ ଆଉ ଭୋଟ ଗ୍ରହଣ ହୋଇ ପାରି ନଥିବା ବେଳେ ଗତକାଲି ନିର୍ବାଚନ ହୋଇଥିଲା । ଏହି ପଞ୍ଚାୟତରେ ୩୫୪୦ ଜଣ ଭୋଟର ଥିବା ବେଳେ ୨୫୪୮ ପୋଲିଂ ହୋଇଥିଲା । ଆଜି ଗଣତି ବେଳେ ଜସ୍ମିତା ୧୭୫୨ ଖଣ୍ଡ ଭୋଟ ପାଇଥିବା ବେଳେ ରିନାଙ୍କୁ ମାତ୍ର ୭୫୩ ଖଣ୍ଡ ଭୋଟ ମିଳିଥିଲା । Advertisement
ଜିଅନ୍ତା ଜାଳିଥିଲା , ନିଜେ ଜିଅନ୍ତା ଜଳି ମଲା – ଜନ୍ମ କଲା ମା ଓ ରକ୍ତ ସମ୍ପର୍କ ଭାଇ ଓ ଭଉଣୀ ଜାଳି ମାରିଦେଲେ ଅନୁଗୁଳ – ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା କଦଳୀମୁଣ୍ଡା ଗାଁରେ ବିଚ ରାସ୍ତାରେ ଯୁବକକୁ ବାନ୍ଧିଦେଲେ ଆଉ ତାପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ । ତା…
କ୍ୟାମେରା ନଜରରେ ଅନୁଗୁଳ ସହର ଅନୁଗୁଳ – ସିସି ଟିଭି ନଜରରେ ରହିବ ଅନୁଗୁଳ ସହର । ମୁଖ୍ୟ ବଜାର ସମେତ ଗଳିକନ୍ଦିରେ ଲାଗିବ ସିସି ଟିଭି କ୍ୟାମେରା ଅନୁଗୁଳ ପୌରପାଳିକା ପକ୍ଷରୁ…
ଜାତୀୟ ରାଜପଥ କାମ ପାଇଁ ନୂଆଁ ଠିକା ସଂସ୍ଥାକୁ ଅନୁମୋଦନ ଅନୁଗୁଳ – ଦୀର୍ଘଦିନ ଧରି ବନ୍ଦ ହୋଇପଡ଼ିଥିବା ୫୫ ନମ୍ବର ଜାତୀୟ ରାଜପଥର ପ୍ରଶସ୍ତୀକରଣ କାର୍ଯ୍ୟ ପୁଣି ଆରମ୍ଭ ହୋଇଛି । ଏହି କାମ ନେଇଥିବା ଠିକାସଂସ୍ଥା…