ଖେଳ ଓ ଖେଳାଳି କଦମ ପଡିଆରେ ହେବ ଜାତୀୟ ସ୍ତରୀୟ କ୍ରିକେଟ ଏକାଡେମୀ Angul OnlineJuly 8, 2021July 8, 2021 ଅନୁଗୁଳ – ଅନୁଗୁଳରେ ଜାତୀୟ ସ୍ତରୀୟ କ୍ରିକେଟ ଏକାଡେମୀ ପାଇଁ ଓଡିଶା କ୍ରିକେଟ ଆସୋସିଏସନର କର୍ମକର୍ତା ମାନେ କଦମ ପଡିଆ ପରିଦର୍ଶନ କରିଛନ୍ତି । ଏହି ପରିଦର୍ଶନ ସମୟରେ କଦମ ପଡିଆର ଉନ୍ନତିକରଣ ସହ ନୂତନ ଭିତିପ୍ରସ୍ଥର ସ୍ଥାପନା ପାଇଁ ସବିଶେଷ ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଓଡିଶା କ୍ରିକେଟ ଆସୋସିଏସନର ଉପସଭାପତି ଶ୍ରୀଯୁକ୍ତ ଅକ୍ଷୟ କୁମାର ସାମନ୍ତ , ଗ୍ରାଉଣ୍ଡ କମିଟିର ଚେୟାରମ୍ୟାନ ଶ୍ରୀଯୁକ୍ତ ଧିରେନ ପଳେଇ , କମିଟିର ସଦସ୍ୟ ଡାନିଏଲ ରାଉତ , ଦେବାଶିଷ ପଢି , ପିଚ କ୍ୟୁରେଟର ହୃଷିକେଶ ସିଂ, ଇଞ୍ଜିନିଅର କମିଟି ଇଞ୍ଜିନିଅର କରିଏସ ଇଣ୍ଡିଆର ଆଲୋକ କୁମାର ଓ ଏହା ସହ ଅନୁଗୁଳ ଜ଼ିଲ୍ଲାର ଜ଼ିଲ୍ଲା କ୍ରୀଡା ଅଧିକାରୀ ଅକ୍ଷୟ କୁମାର ସିଠ ଉପସ୍ଥିତ ରହି କାର୍ଯ୍ୟ ର ସମୀକ୍ଷା କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନୁଗୁଳ ଜ଼ିଲ୍ଲା କ୍ରିକେଟ ସାଂସଦର ସଭାପତି ପ୍ରତାପ ଚନ୍ଦ୍ର ପ୍ରଧାନ , ସମ୍ପାଦକ ସାଗର ମିଶ୍ର, ସହ ସମ୍ପାଦକ ଗଙ୍ଗାଧର ପଟନାୟକ ଓ ସତେନ୍ଦ୍ର ପ୍ରଧାନ, ଉପସଭାପତି ପ୍ରଭାତ ସିହ୍ନା ଓ ଅରୁଣ ପଶୁପାଳକ, କୋଷାଧ୍ୟକ୍ଷ ଶ୍ରୀ ରଞ୍ଜନ କୁମାର ଧୀରସାମନ୍ତ , ଓଡିଶା କ୍ରିକେଟ ଆଶୋସିଏସନର ପ୍ୟାନେଲ ଆମ୍ପାୟାର ଜୟ କୃଷ୍ଣ ରାଉତ ସହ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ । Advertisement
ହାଣ୍ଡିଗୋଡା ଠାରେ ଏକଦିବସୀୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ହାଣ୍ଡିଗୋଡାଠାରେ ଆଦର୍ଶ ଗ୍ରାମିଣ ଯୁବ ମଣ୍ଡଳ ଆନୁକୁଲ୍ଯରେ ଏକଦିବସୀୟ ଦିବାରାତ୍ର ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇ ଯାଇଛି ।…
ଅନୁଗୁଳ ଭଲିବଲ କପ୍ – ଭୁବନେଶ୍ୱରକୁ ହରାଇ ଭଦ୍ରକ ଚମ୍ପିୟାନ ଅନୁଗୁଳ – ଅନୁଗୁଳ ବାସନ୍ତୀ ଭଲିବଲ ଟ୍ରଷ୍ଟ ପକ୍ଷରୁ ଏକ ତିନି ଦିନିଆ ଭଳିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇ ଯାଇଛି । ୫ ତାରିଖ ଆରମ୍ଭ ହୋଇଥିବା…
ଅନୁଗୁଳ ମୋ ଖେଳର ଏନ୍ତୁଡିଶାଳ – ପ୍ରମୋଦ ଭଗତ ନାଲକୋନଗର – ଟୋକିଓ ପାରା ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତି ରାଜ୍ୟ ଓ ଦେଶ ପାଇଁ ଗୌରବ ଆଣିଥିବା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତଙ୍କୁ ନାଲକୋ ନଗର…