କେନାଲରେ ଭାସିଗଲେ ବୋଲବମ ଭକ୍ତ

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଅଞ୍ଚଳର ଜଣେ ବୋଲବମ ଭକ୍ତ ପାଣି ଉଠାଇବାକୁ ଯାଇଥିବା ବେଳେ ପାଣିରେ ଭାସି ଯାଇ ନିଖୋଜ ଅଛନ୍ତି । ଯୁବକ ଜଣକ ହେଲେ ତାଳଚେର ବାଘୁଆବୋଲଅଞ୍ଚଳର ସମ୍ଭୁ ବାରିକଙ୍କ ବଡପୁଅ ଶ୍ୟାମ ସୁନ୍ଦର ବାରିକ ବୋଲି ଜଣା ପଡିଛି । ଆଜି ଭୋର ସମୟରେ ପରଜଙ୍ଗ ଥାନା ଅନ୍ତର୍ଗତ କୁଆଳୁ ଅଷ୍ଟସମ୍ବୁ ମନ୍ଦିରକୁ ପାଣି ଢାଳିବା ପାଇଁ ସଙ୍ଗସାଥୀଙ୍କ ସହିତ ନିକଟସ୍ଥ କେନାଲରେ ଗାଧୋଇବା ସମୟରେ ଗୋଡ ଖସି ଯିବାରୁ କେନାଲ ପାଣି ସ୍ରୋତରେ ଭାସିଯାଇଥିଲେ । ଘଟଣା ଜଣା ପଡିବା ପରେ ବାଘୁଆବୋଲ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଘଟଣାସ୍ଥଳରେ ପରିବାର ଲୋକେ ଓ ଅଗ୍ନିଶମ ବିଭାଗ ପହଞ୍ଚି ବହୁ ଖୋଜାଖୋଜି ସତ୍ୱେ ଏପର୍ଯ୍ୟନ୍ତ ଶ୍ୟାମ ସୁନ୍ଦରଙ୍କ କୌଣସି ସନ୍ଧାନ ମିଳିପାରି ନଥିଲା ।

Advertisement

Leave a Reply

Your email address will not be published. Required fields are marked *

You cannot copy content of this page