ମୁଖ୍ୟ ଖବର ଜାଲ ପ୍ରମାଣପତ୍ରରେ ଅଧ୍ୟାପକ , ଉପ-ଜିଲାପାଳଙ୍କ ତଦନ୍ତ Angul OnlineJune 29, 2022June 29, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ଜରପଡ଼ା ପତିତପାବନ ଡିଗ୍ରି ମହାବିଦ୍ୟାଳୟର ଅର୍ଥନୀତି ଅଧ୍ୟାପକ ବିକାଶ ଚନ୍ଦ୍ର ମିଶ୍ର ଜାଲ ପ୍ରମାଣପତ୍ର ଦେଇ ଚାକିରି କରିଥିଲେ । ସେ ତାଙ୍କ ପିଜି ମାର୍କସିଟର ଦୁଇଟି ବିଷୟରେ ଜାଲିଆତି କରି ଚାକିରି କରିଥିବା କଥା ଜଣାପଡ଼ିବା ପରେ ଜରପଡ଼ା ପତିତପାବନ ଡିଗ୍ରି ମହାବିଦ୍ୟାଳୟର ଅର୍ଥନୀତି ଅଧ୍ୟାପକ ବିକାଶ ଚନ୍ଦ୍ର ମିଶ୍ରଙ୍କ ବିରୋଧରେ ଆରମ୍ଭ ହୋଇଛି ତଦନ୍ତ । ଅଧ୍ୟାପକଙ୍କ ବିରୋଧରେ ଥାନାରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେବା ସହ ତାଙ୍କ ନାମରେ ଏତଲା ଦେବାକୁ ଅନୁଗୁଳ ଉପଜିଲ୍ଲାପାଳଙ୍କୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି । ସୂଚନା ଅନୁସାରେ ବିକାଶ ଚନ୍ଦ୍ର ମିଶ୍ର ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ.ଏ. ମାର୍କସିଟ୍ ଓ ପ୍ରମାଣପତ୍ର ଦେଇ ଜରପଡ଼ା ପତିତପାବନ ଡିଗ୍ରି ମହାବିଦ୍ୟାଳୟରେ ଅର୍ଥନୀତି ଅଧ୍ୟାପକ ଭାବେ ଚାକିରି କରିଥିଲେ । ତେବେ ସେ ଦେଇଥିବା ପ୍ରମାଣପତ୍ରରେ ଜାଲିଆତି ଥିବା ଅଭିଯୋଗ ଉଠିଥିଲା । ଏହା ପରେ ସମ୍ବଲପୁର ବିଶ୍ବବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ଓ ଆସିଷ୍ଟାଣ୍ଡ ରେଜିଷ୍ଟ୍ରାର (ପରୀକ୍ଷା)ଙ୍କୁ ଏହାର ଯାଞ୍ଚ ପାଇଁ ଚିଠି ଲେଖାଯାଇଥିଲା । ଯାଞ୍ଚ ସମୟରେ ଜଣାପଡ଼ିଥିଲା ଯେ, ଶ୍ରୀ ମିଶ୍ର ଦାଖଲ କରିଥିବା ମାର୍କସିଟ୍ ଓ ପ୍ରମାଣପତ୍ରରେ ଜାଲିଆତି ହୋଇଛି । ସେ ଦୁଇଟି ବିଷୟରେ ମାର୍କ ବଢ଼ାଇ ଦେଇଥିଲାବେଳେ ସମୁଦାୟ ମାର୍କରେ ବି ଜାଲିଆତି କରିଛନ୍ତି । ବ୍ଲକ ଗ୍ରାଣ୍ଟରେ ଗ୍ରାଣ୍ଟ-ଇନ୍-ଏଡ୍ ପାଇବାକୁ ସେ ଏମିତି କାରସାଦି କରିଥିବା ଜଣାପଡ଼ିଛି । ଏହା ଏକ ଅପରାଧ ହୋଇଥିବାରୁ ତାଙ୍କ ବିରୋଧରେ ତୁରନ୍ତ ଏତଲା ଦେବାକୁ ମହାବିଦ୍ୟାଳୟ ପରିଚାଳନା କମିଟିର ସଭାପତି ତଥା ଅନୁଗୁଳ ଉପଜିଲ୍ଲାପାଳଙ୍କୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚିଠି ପାଇବା ପରେ ଆଜି ଉପ-ଜିଲ୍ଲାପାଳ ବୈତୁରା ଦୀପ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି । ଆଜି ଜଣେ ଡେପୁଟି କଲେକ୍ଟରଙ୍କ ନେତୃତ୍ବରେ ଏକ ଟିମ କଲେଜ ଯାଇ ତଦନ୍ତ କରିଥିବା ବେଳେ ଶ୍ରୀ ମିଶ୍ର କିନ୍ତୁ ଅନୁପସ୍ଥିତ ଥିଲେ । ତେବେ ଶ୍ରୀ ମିଶ୍ର ୟୁନିଭର୍ସିଟିରୁ ସାର୍ଟିଫିକେଟ ଓ ମାର୍କସିଟ ପାଇଥିବା କହିଥିବା ବେଳେ କୌଣସି ପ୍ରକାର ଜାଲିଆତି କରି ନଥିବା କହିଛନ୍ତି । ସେ ଏଥିପାଇଁ ଉଚ୍ଚ ନ୍ୟାୟାଳୟର ଆଶ୍ରୟ ମଧ୍ୟ ନେଇଥିବା ଜଣା ପଡିଛି । ତେବେ ମାନ୍ୟବର ଉଚ୍ଚ ନ୍ୟାୟାଳୟ ପକ୍ଷରୁ ବର୍ତ୍ତମାନ ସୁଧା କୌଣସି ନିର୍ଦେଶ ମିଳି ନଥିବା ଅନୁଗୁଳ ଉପ-ଜିଲ୍ଲାପାଳ ବୈତୁରା ଦୀପ କହିଛନ୍ତି । ଘଟଣାର ତଦନ୍ତ କରା ଯାଉଛି । ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉପ-ଜିଲ୍ଲାପାଳ ବୈତୁରା ଦୀପ କହିଛନ୍ତି । Advertisement
ଗରାଖଙ୍କୁ ହାଇରାଣ କରି ବ୍ୟାଙ୍କ୍ ଗଣିଲା ଜୋରିମନା ଅନୁଗୁଳ – ଜଣେ ବୃଦ୍ଧାଙ୍କ ଆକାଉଣ୍ଟକୁ ଫ୍ରିଜ କରିବା ଆଉ ତାଙ୍କୁ ଟଙ୍କା ନଦେବା ଫଳରେ ବ୍ୟାଙ୍କକୁ ଜୋରିମନା ଗଣିବାକୁ ପଡିଛି । ଅନୁଗୁଳ ଜିଲ୍ଲା ଖାଉଟି…
କୋଲ ହାଣ୍ଡେଲିଂ ପ୍ଲାଣ୍ଟ ଓ ସାଇଲୋରେ ଅଗ୍ନିକାଣ୍ଡ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଭରତପୁର କୋଇଲାଖଣିର କୋଲ ହାଣ୍ଡେଲିଂ ପ୍ଲାଣ୍ଟ ଓ ସାଇଲୋରେ ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ବେଲ୍ଟ…
ବ୍ରାହ୍ମଣଦେଇପଡାରୁ ଶିଶୁପୁତ୍ର ଉଦ୍ଧାର ଅନୁଗୁଳ – ଅନୁଗୁଳ ସହର ବ୍ରାହ୍ମଣଦେଇପଡାରୁ ଏକ ନବଜାତକ ଶିଶୁପୁତ୍ର ଉଦ୍ଧାର କରାଯାଇଛି । ପଡାର ଏକ ପିଣ୍ଡିରେ କପଡ଼ାରେ ଗୁଡା ହୋଇ ଶିଶୁପୁତ୍ରଟି ପଡିଥିବା ବେଳେ…