ଅପରାଧ ଚୋରା ମହୁଲ ଜବତ – ଜଣେ ଗିରଫ Angul OnlineApril 23, 2021April 24, 2021 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଜରପଡା ଥାନା ନାଉପଦା ଗାଁରେ ବେଆଇନ ଭାବେ ଗଚ୍ଛିତ ଥିବା ବିପୁଳ ପରିମାଣର ମହୁଲ ଫୁଲ ଜବତ କରିଛି ଅବକାରୀ ବିଭାଗ । ଗାଁର ରତ୍ନାକର ସାହୁ ନାମକ ଜଣେ ବ୍ୟକ୍ତି ଘରେ ମହୁଲ ଫୁଲ ମହଜୁଦ ରଖିଥିବା ଖବର ପାଇ ଅବକାରୀ ବିଭାଗ ଚଢାଉ କରିଥିଲା । ଅନୁଗୁଳ ଅବକାରୀ ଅଧିକ୍ଷକ ବିବେକାନନ୍ଦ ନାୟକଙ୍କ ନିର୍ଦେଶକ୍ରମେ ଡି.ଏସ.ପି. ନିନା ବେୱରା ଓ ଇନ୍ସପେକ୍ଟର ଦିଲ୍ଲୀପ ବେହେରାଙ୍କ ନେତୃତ୍ୱରେ ଏକ ସ୍ଵତନ୍ତ୍ର ଟିମ ଚଢାଉ କରି ରତ୍ନାକରଙ୍କ ଘରୁ ୧୬୦ କୁଇଣ୍ଟାଲ ମହୁଲ ଜବତ କରିଥିଲା । ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୫ ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ବିଭାଗ ପକ୍ଷରୁ କୁଆହାଯାଇଛି । ରତ୍ନାକର ଏହି ମହୁଲ ମହଜୁଦ ରଖି ପରେ ଚୋରାରେ ବିକ୍ରି କରିବାକୁ ମସୁଧା ଚଳାଇଥିଲା । ରତ୍ନାକରଙ୍କୁ ଗିରଫ କରି କୋର୍ଟ ଚାଲାଣ କରା ଯାଇଛି । Advertisement
ଗଛରେ ଝୁଲୁଛି ମହିଳାଙ୍କ ମୃତଦେହ – ହତ୍ୟା ଅଭିଯୋଗ ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ଗଡସନ୍ତ୍ରୀ ଶିବ ମନ୍ଦିର ପ୍ରାଙ୍ଗଣ ସ୍ଥିତ ଏକ ଚମ୍ପା ଗଛରେ ସକାଳେ ଜଣେ ମହିଳାଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ…
ପୁଣି ଜିଲ୍ଲାରେ ନକଲି କାରଖାନା ଠାବ – ଏଥର ପାଟି ସୁଆଦ ଚିପସ ଆଉ କୁରକୁରେ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ଗତ କିଛିଦିନ ତଳେ ନକଲି ଖାଇବା ତେଲ ଓ ପରେ ପରେ ନକଲି ଅଟା ଓ ହଳଦୀ କାରାଖାନା ଠାବ ହୋଇଥିଲା…
ହାଇୱେ ଡକାୟତି ଯୋଜନାକୁ ଭଣ୍ଡୁର କରିଲା ପୁଲିସ – ଡକାୟତ ଗ୍ୟାଙ୍ଗ ଗିରଫ , ୪ଟି ଦେଶୀ ପିସ୍ତଲ ଜବତ ଅନୁଗୁଳ – ଜିଲ୍ଲାରେ ଅପରାଧ ନିୟନ୍ତ୍ରଣ କରିବାକୁ ପୁଲିସ ଜିରୋ ଟୋଲେରାନ୍ସ ମୁଡ ଆଭିମୁଖ୍ୟ ରେ ଅଗଷ୍ଟ ୧ ତାରିଖରୁ ସ୍ୱତନ୍ତ୍ର ଅଭିଯାନ ଜାରି ରଖିଛି ।…