ମୁଖ୍ୟ ଖବର କୋଭିଡ ନିୟମ ଉଲ୍ଲଂଘନ – ମେଡ଼ିସିନ ଦୋକାନ ସିଲ Angul OnlineJuly 17, 2021July 17, 2021 ଅନୁଗୁଳ – ଅନୁଗୁଳ ବସଷ୍ଟାଣ୍ଡ ନିକଟରେ ଥିବା ଏକ ମେଡ଼ିସିନ ଦୋକାନକୁ କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ପ୍ରଶାସନ ସିଲ କରିଛି । ସୂଚନା ଅନୁସାରେ ସୀତାରାମ ମେଡ଼ିସିନ ଷ୍ଟୋରରେ ଆଜି ସକାଳେ ବ୍ୟାପକ ଭିଡ ରହିଥିବା ବେଳେ ସାମାଜିକ ଦୁରତାକୁ ଲୋକ ମାନି ନଥିଲେ । ସେହି ସମୟରେ ସେହି ରାସ୍ତା ଦେଇ ଜିଲ୍ଲାପାଳ ଯାଉଥିବା ବେଳେ ତାଙ୍କ ନଜର ପଡିବାରୁ ସେ ସେଠାରେ ଓହ୍ଲାଇଥିଲେ । ଦୋକାନରେ ଏଭଳି ଭିଡ ଦେଖି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ଏନଫୋର୍ସମେଣ୍ଟ ଟିମକୁ ଏ ନେଇ ସୂଚନା ଦେଇଥିଲେ । ଜିଲ୍ଲାପାଳଙ୍କ ଠାରୁ ଖବର ପାଇ ଏନଫୋର୍ସମେଣ୍ଟ ଟିମ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ଦୋକାନୀକୁ ଦାଗିଦ କରିବା ବେଳେ ଦୋକାନୀ ଏନଫୋର୍ସମେଣ୍ଟ ଟିମ ସହ ଯୁକ୍ତିତର୍କ କରିଥିବା ସୂଚନା ମିଳିଛି । ଏହା ପରେ ଏନଫୋର୍ସମେଣ୍ଟ ଟିମ ସୀତାରାମ ମେଡ଼ିସିନ ଷ୍ଟୋରକୁ ୭ ଦିନ ପାଇଁ ସିଲ କରିଥିବା ଜଣା ପଡିଛି । Advertisement
ସିଙ୍ଗରେଣୀ ଖଣି ପାଇଁ ଗଛ କଟାକୁ ବିରୋଧ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ତିପଦା ବନାଞ୍ଚଳର ଛେଣ୍ଡିପଦା ସଂରକ୍ଷିତ ଜଙ୍ଗଲରେ ଗଛକଟା ଚାଲିଥିବା ବେଳେ ଥଳିପଶି ଓ କରଡବହାଳର ଗ୍ରାମବାସୀ ଏହାକୁ ବିରୋଧ କରିବା ସହିତ…
ସ୍ଵାମୀ ସହ ଆସି ପ୍ରେମିକ ସହ ଛୁ ମାରିଲା ସ୍ତ୍ରୀ ଅନୁଗୁଳ – ସ୍ଵାମୀ ସହ ବୁଲିବାକୁ ଆସିଲେ । ଆଉ ମଉକା ଦେଖି ପ୍ରେମିକ ସହ ଛୁ ମାରିଲା ଗୋଟିଏ ସନ୍ତାନର ମା । ଏଭଳି ଘଟଣା…
ଦନ୍ତା ହାତୀ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ପୁରୁଣାଗଡ ରେଞ୍ଜ ମାଧପୁର ଗାଁ ବିଲ ନିକଟରୁ ଦନ୍ତା ହାତୀର ମୃତଦେହ ଠାବ ହୋଇଛି । ମୃତ ହାତୀର ବୟସ ପ୍ରାୟ…