ଆଞ୍ଚଳିକ ସାପ କାମୁଡାରେ ନାବାଳକ ମୃତ Angul OnlineOctober 13, 2022October 13, 2022 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବହାଳସାହି ଗାଁରେ ସାପ କାମୁଡାରେ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି । ମୃତ ନାବାଳକ ଜଣଙ୍କ ହେଲେ ପ୍ରଶାନ୍ତ ଭୁତିଆଙ୍କ ୯ ବର୍ଷର ପୁଅ ପ୍ରିତେଶ ଭୁତିଆ । ସୂଚନା ଅନୁସାରେ ପ୍ରିତେଶ ଘରେ ଶୋଇଥିବା ବେଳେ ତାଙ୍କୁ ଏକ ବିଷାକ୍ତ ସାପ କାମୁଡି ଦେଇଥିଲା । ପରିବାର ଲୋକ ଏହା ଜାଣିବା ପରେ ପ୍ରଥମେ ଛେଣ୍ଡିପଦା ଓ ପରେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ତେବେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରା ଯାଇଥିଲା । ତେବେ ସେଠାରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା । ଏହି ଘଟଣା ଗାଁରେ ଜଣା ପଡିବା ପରେ ଗ୍ନାରେ ଶୋକର ଛାୟା ଖେଳି ଯାଇଛି । Advertisement
ବନ୍ୟଜନ୍ତୁଙ୍କର ସୁରକ୍ଷା ଓ ପରିଚାଳନା କ୍ଷେତ୍ରରେ ଖବରଦାତା ମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଅନୁଗୁଳ – ଅନୁଗୁଳ ଜିଲା ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ମାନଙ୍କୁ ନେଇ ଗଜ ଉତ୍ସବ ନାମକ ଏକ କର୍ମଶାଳା ଆୟୋଜନ ହୋଇଥିଲା । ପ୍ରକୃତି ପରିବେଶ ଓ…
ଟ୍ରକ ଦୁର୍ଘଟଣାରେ ମୋଟରସାଇକେଲ ଆରୋହୀ ମୃତ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଥାନା ଅନ୍ତର୍ଗତ ଗୋଡ଼ିବନ୍ଧ ଛକ ନିକଟରେ ଥିବା ଢ଼ାବା ସମ୍ମୁଖରେ ଏକ ମୋଟରସାଇକେଲକୁ ସାମ୍ନାରୁ ଆସୁଥିବା ଏକ ଟ୍ରକ ଧକ୍କା…
କୁକୁର କାମୁଡାରେ ହରିଣ ମୃତ ଅନୁଗୁଳ – ଅନୁଗୁଳ ବନଖଣ୍ଡ ଜରପଡା ରେଞ୍ଜ ଅନ୍ତର୍ଗତ ଅନ୍ତୁଳିଆ ଗ୍ରାମରେ ଆଜି କୁକୁର ଆକ୍ରମଣରେ ଏକ ହରିଣର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ଜରପଡା…