ଅପରାଧ ମୋଟରସାଇକେଲ ଚୋରୀ ଗ୍ୟାଙ୍ଗ ଗିରଫ – ୧୧ ମୋଟରସାଇକେଲ ଜବତ Angul OnlineJuly 31, 2022July 31, 2022 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଆଦର୍ଶ ଥାନା ପୁଲିସ ତାଳଚେର ଏବଂ ଅନ୍ୟ ଜିଲ୍ଲାର ବିଭିନ୍ନ ସ୍ଥାନରେ ଚଢଉ କରାଯାଇ ୧୧ ଟି ଚୋରା ମୋଟରସାଇକେଲ ଉଦ୍ଧାର କରିଥିବା ବେଳେ ୪ ମୋଟରସାଇକେଲ ଲୁଟେରାଙ୍କୁ ଗିରଫ କରିଛି । ସୂଚନା ଅନୁସାରେ , ଅନେକ ଦିନ ହେଲା ତାଳଚେର ସହରର ବିଭିନ୍ନ ସ୍ଥାନରୁ ମୋଟରସାଇକେଲ ଚୋରି ରିପୋର୍ଟ ହେଉଥିଲା । ଏଥିପାଇଁ ତାଳଚେର ପୁଲିସ ଘଟଣାର ତଦନ୍ତ କରିବା ସହ ବିଭିନ୍ନ ସ୍ଥାନରେ ଚଢ଼ଉ କରିଥିଲେ । ତେବେ ଗତକାଲି ତାଳଚେର ଆଦର୍ଶ ଥାନା ଅଧିକାରୀ ଶ୍ରୀନିବାସ ସେଠୀ ଏବଂ କର୍ମଚାରୀଙ୍କ ମିଳିତ ଚଢାଉ କରି ମୋଟରସାଇକେଲ ଲୁଟେରା ଗ୍ୟାଙ୍ଗର ମୁଖ୍ୟ ଅଭିଯୁକ୍ତଙ୍କ ସମେତ ଅନ୍ୟ ୩ ଅଭିଯୁକ୍ତଙ୍କୁ ପୁଲିସ ବିଭିନ୍ନ ସ୍ଥାନରୁ ଗିରଫ କରିଥିଲେ । ସେମାନଙ୍କୁ ପଚରାଉଚୁରା ପରେ ପୁଲିସ ବିଭିନ୍ନ ସ୍ଥାନରୁ ୧୧ ଟି ମୋଟରସାଇକେଲ ଉଦ୍ଧାର ମଧ୍ୟ କରିଥିଲା । ଗିରଫ ହୋଇଥିବା ମୁଖ୍ୟ ମୋଟରସାଇକେଲ ଲୁଟେରା ଢେଙ୍କାନାଳ ଜିଲ୍ଲାର ପର୍ଜଙ୍ଗ, ଦୋମୁହାଣି ଗ୍ରାମର ବିଜୟ ପରିଡ଼ା ଓରଫ ହଟିଆ ଓ ତ୍ରୀନାଥ ରଣା , ଏବଂ କେନ୍ଦୁଝର ଜିଲ୍ଲା ଟେଳକୋଇ ଥାନା ଅନ୍ତର୍ଗତ ଦେବାଶିଷ ରଣା ଓ ଦୀପକ କୁମାର ରଣା । ଏମାନେ ତାଳଚେର ଓ ଏହାର ଆଖପାଖ ଅଞ୍ଚଳ ଏବଂ କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାର ବିଭିନ୍ନ ସ୍ଥାନରୁ ମୋଟରସାଇକେଲ ଚୋରି କରୁଥିଲେ । Advertisement
ରାଜ୍ଯ ବାହାରକୁ ନାବାଳିକ ଚାଲାଣ ଅଭିଯୋଗରେ ୬ ଗିରଫ ଅନୁଗୁଳ – ଅନୁଗୁଳ ଜିଲ୍ଲା ଟାଉନ ଥାନା ଅଞ୍ଚଳରୁ ନାବାଳିକା ଅପହରଣ କରି ବାହାର ରାଜ୍ଯକୁ ଚାଲାଣ ଅଭିଯୋଗରେ ଅନୁଗୁଳ ଟାଉନ ପୁଲିସ ୬ ଜଣଙ୍କୁ ଗିରଫ…
ଭେଣ୍ଡି ଜୋନରୁ ୨ ଲକ୍ଷ ୧୭ ହଜାର ଟଙ୍କା ସହ ବ୍ରାଉନସୁଗାର ଜବତ ଅନୁଗୁଳ – ଅନୁଗୁଳ ଟାଉନ ହାଇସ୍କୁଲ ସମ୍ମୁଖ ଭେଣ୍ଡି ଜୋନରେ ଚଢାଉ କରି ଅନୁଗୁଳ ସ୍ପେଶିଆଳ ସ୍କ୍ବାର୍ଡ ବ୍ରାଉନସୁଗାର ଜବତ କରିଥିବା ବେଳେ ଜଣେ ମହିଳା ସମେତ…
ବେଆଇନ ଆଣ୍ଟିଜେନ ଟେଷ୍ଟ କରି ଜଣେ ଗିରଫ ଅନୁଗୁଳ – ଅନୁଗୁଳ ସହର ଓ ଆଖପାଖ ଅଞ୍ଚଳରେ ଆଣ୍ଟିଜେନ କିଟ୍ ମାଧ୍ୟମରେ ବେଆଇନ ଭାବେ କୋଭିଡ ପରୀକ୍ଷା କରୁଥିବା ଜଣେ ଯୁବକଙ୍କୁ ପୁଲିସ ଗିରଫ କରିଛି…