ମୁଖ୍ୟ ଖବର ୨୪ରେ ପୌର ନିର୍ବାଚନ , ମାର୍ଚ୍ଚ ୨ରୁ ନାମାଙ୍କନ Angul OnlineFebruary 25, 2022February 25, 2022 ଭୁବନେଶ୍ୱର – ପୌର ନିର୍ବାଚନ ପାଇଁ ତାରିଖ ଘୋଷଣା ହେଲା । ରାଜ୍ୟର ତିନି ମହାନଗର ନିଗମ ସହ ୧୦୬ଟି ପୌରାଞ୍ଚଳରେ ନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ପ୍ରେସମିଟରେ ଘୋଷଣା କରିଛନ୍ତି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ । ମାର୍ଚ୍ଚ ୨୪ ତାରିଖରେ ଭୋଟ୍ ଗ୍ରହଣ ହେବ । ଏଥିପାଇଁ ଫେବ୍ରୁଆରୀ ୨୮ ତାରିଖରେ ନିର୍ବାଚନ ଅଧିକାରୀ ବିଜ୍ଞପ୍ତି ପ୍ରକାଶ କରିବେ । ମାର୍ଚ୍ଚ ୨ରୁ ୭ ତାରିଖ ଯାଏ ନାମାଙ୍କନ ହେବ । ଛୁଟିଦିନରେ ବି ନାମାଙ୍କନ ପତ୍ର ଦାଖଲ କରି ହେବ । ୯ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ, ୧୪ ତାରିଖ ମଧ୍ୟରେ ପ୍ରାର୍ଥିପତ୍ର ପ୍ରତ୍ୟାହାର କରାଯାଇ ପାରିବ । ୨୬ ତାରିଖର ମତଗଣନା ସହ ଫଳାଫଳ ଘୋଷଣା ହେବ । ଡେପୁଟି ମେୟର ନିର୍ବାଚନ ଏପ୍ରିଲ୍ ୪ରେ, ଉପାଧ୍ୟକ୍ଷ ନିର୍ବାଚନ ଏପ୍ରିଲ୍ ୭ରେ କରାଯିବ । ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀ ୨ଟି ସତ୍ୟପାଠ ଦାଖଲ କରିବେ । ପ୍ରଥମ ସତ୍ୟପାଠରେ ପ୍ରାର୍ଥୀ ସମ୍ପତ୍ତି ତାଲିକା, ଶିକ୍ଷାଗତ ଯୋଗ୍ୟତା, ଅପରାଧିକ ମାମଲା ତଥ୍ୟ ଦେବେ । ଦ୍ୱିତୀୟ ସତ୍ୟପାଠରେ ଗୋଟିଏ ସ୍ତ୍ରୀ ଓ ୨ଟିରୁ ଅଧିକ ଛୁଆ ନଥିବା ସୂଚନା ଦେବେ । ପ୍ରଥମ ଥର ପାଇଁ ପୌରସଂସ୍ଥା ନିର୍ବାଚନରେ ନୋଟା ବିକଳ୍ପ ରହିବ । ବାଲାଟ୍ ପେପରର ସବାଶେଷରେ ନୋଟା ବଟନ୍ ରହିବ । ନିର୍ବାଚନ ମଇଦାନରେ ଭୋଟରଙ୍କ ମନ ପସନ୍ଦର ପ୍ରାର୍ଥୀ ନଥିଲେ ଭୋଟରମାନେ ନୋଟା ବ୍ୟବହାର କରିପାରିବେ । ପୌର ନିର୍ବାଚନ ପାଇଁ ପ୍ରତ୍ୟେକ ବୁଥରେ ଦୁଇଟି ଲେଖାଏ ଇଭିଏମ୍ ରହିବ । ସେଥିରୁ ଗୋଟିଏ କର୍ପୋରେଟର/କାଉନସିଲର ନିର୍ବାଚନ ପାଇଁ ଓ ଅନ୍ୟଟି ଅଧ୍ୟକ୍ଷ/ମେୟର ନିର୍ବାଚନ ପାଇଁ ବ୍ୟବହୃତ ହେବ । କର୍ପୋରେଟର/କାଉନସିଲର ପ୍ରାର୍ଥୀମାନଙ୍କ ପାଇଁ ଗୋଲାପି ରଙ୍ଗର ବାଲାଟ୍ ପେପର ଓ ଅଧକ୍ଷ/ମେୟର ପ୍ରାର୍ଥୀମାନଙ୍କ ପାଇଁ ହଳଦିଆ ରଙ୍ଗର ବାଲାଟ୍ ପେପର ବ୍ୟବସ୍ଥା କରାଯିବ । ଏତଦବ୍ୟତୀତ ଭୋଟରମାନଙ୍କ ସୁବିଧା ନିମନ୍ତେ କର୍ପୋରେଟର/କାଉନ୍ସିଲର ପ୍ରାର୍ଥୀମାନଙ୍କ ପାଇଁ ଉଦ୍ଦିଷ୍ଟ ଇଭିଏମ୍ ଉପରେ ଗୋଲାପି ରଙ୍ଗର ଗୋଲ ଷ୍ଟିକର ଓ ଅଧକ୍ଷ/ମେୟର ପ୍ରାର୍ଥୀମାନଙ୍କ ପାଇଁ ଉଦ୍ଦିଷ୍ଟ ଇଭିଏମ୍ ଉପରେ ହଳଦିଆ ରଙ୍ଗର ଗୋଲ ଷ୍ଟିକର ଲଗାଯିବ । Advertisement
ଚାକିରି ଦେବାକୁ ନାଲକୋ ଅମଙ୍ଗ – ଆରପିଡ଼ିଏସି ସ୍ଥଗିତ ଅନୁଗୁଳ – ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ସୁରେଶ ଚନ୍ଦ୍ର ଦଳେଇଙ୍କ ଅଧ୍ୟକ୍ଷତାରେ ଛେଣ୍ଡିପଦାରେ ହେବାକୁ ଥିବା ଉତ୍କଳ ଡି ଓ…
ଟ୍ରେନ ଧକ୍କାରେ ହାତୀ ମୃତ ଅନୁଗୋଳ – ଅନୁଗୋଳ ଜିଲ୍ଲା ଜରପଡା ବନାଂଚଳର ଜରପଡା ଗ୍ରାମ ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୂର ରେଳ ଲାଇନରେ ରେଳ ଧକ୍କାରେ ଗୁରୁବାର ରାତିରେ ଗୋଟିଏ ଦନ୍ତା ହାତୀର…
ବହୁ ପ୍ରତୀକ୍ଷାର ଅନ୍ତ – ଅତ୍ୟାଧୁନିକ ବସ୍ ଟର୍ମିନାଲ୍ରୁ ଗଡିଲା ବସ୍ ଅନୁଗୋଳ – ଅନୁଗୋଳର ଅତ୍ୟାଧୁନିକ ବସ୍ ଟର୍ମିନାଲ୍ କାର୍ଯ୍ୟକ୍ଷମ ହେବା ନେଇ ପ୍ରତୀକ୍ଷାର ଅନ୍ତ ହୋଇଛି । ଜିଲ୍ଲାପାଳଙ୍କ ସହ ମଙ୍ଗଳବାର ଗୁରୁତ୍ଵପୂର୍ଣ୍ଣ ବୈଠକରେ ପାର୍କିଂ ଦର…