ଅପରାଧ ସାମାନ୍ୟ ବଚସାରୁ ହତ୍ୟା ଅଭିଯୋଗ – ଜଣେ ଗିରଫ Angul OnlineOctober 19, 2021October 19, 2021 ଅନୁଗୁଳ – ଅନୁଗୁଳ ଥାନା ରାଜକିଶୋରପଡ଼ାଠାରେ ସାମାନ୍ୟ ବଚସାରୁ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ରାଜକିଶୋର ପଡ଼ାର ପ୍ରସନ୍ନ କୁମାର ମହାନ୍ତି ଓ ଲୁଲୁ ଓରଫ ପ୍ରଦୀପ ଶତପଥିଙ୍କ ମଧ୍ୟରେ କୌଣସି କଥାକୁ ନେଇ ପାଟିତୁଣ୍ଡ ହୋଇଥିଲା । ଏହି ପାଟିତୁଣ୍ଡ ବେଳେ ପ୍ରଦୀପ ଉତକ୍ଷିପ୍ତ ହୋଇ ପ୍ରସନ୍ନଙ୍କୁ ଠେଲି ଦେଇଥିଲେ । ପ୍ରଦୀପ୍ତଙ୍କ ଧକ୍କାରେ ପ୍ରସନ୍ନ ତଳେ ପଡ଼ିଯାଇଥିବା ବେଳେ ଗୁରୁତର ହୋଇ ଯାଇଥିଲେ । ତାଙ୍କୁ ସଙ୍ଗେ ସଙ୍ଗେ ଅନୁଗୁଳ ଜିଲ୍ଲା ଚିକିତ୍ସାଳୟକୁ ନିଆ ଯାଇଥିଲା । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏ ନେଇ ପ୍ରସନ୍ନଙ୍କ ପରିବାର ତରଫରୁ ଅନୁଗୁଳ ଥାନାରେ ଲିଖିତ ଅଭିଯୋଗ କରାଯାଇଚ୍ଚି । ପୁଲିସ ଘଟଣାରେ ଏକ ମାମଲା ରୁଜୁକରି ପ୍ରଦୀପଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛି । Advertisement
ପାଣିପମ୍ପ ଓ ସୁନା ଚୋରି ଅଭିଯୋଗରେ ୩ ଜଣ ଗିରଫ ଅନୁଗୁଳ – ଅନୁଗୁଳ ଟାଉନ୍ ପୁଲିସ ପାଣିପମ୍ପ ଓ ସୁନା ଗହଣା ଚୋରି ଅଭିଯୋଗରେ ଶନିବାର ୩ ଜଣଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛି। ସୂଚନା…
ମାରଣାସ୍ତ୍ର ଓ ଟଙ୍କା ସହ ପାଞ୍ଚ ଜଣିଆ ଡକାୟତ ଗ୍ୟାଙ୍ଗ ଗିରଫ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ପୁଲିସ ଦ୍ୱାରା ପାଞ୍ଚ ଜଣିଆ ଡକାୟତ ଗ୍ୟାଙ୍ଗ ଗିରଫ ହୋଇଛନ୍ତି । ସେମାନଙ୍କ ଠାରୁ ଗୋଟିଏ ବନ୍ଧୁକ ସହ ଏକ…
ମହିଳାଙ୍କୁ ଠକି ଜଣେ ଗିରଫ ଅନୁଗୁଳ – ଜଣେ ମହିଳାଙ୍କ ଠାରୁ ଟଙ୍କା ଠକି ନେବା ଅଭୋଯୋଗରେ ଅନୁଗୁଳ ପୁଲିସ ଉପେନ୍ଦ୍ର ରାଉତ ନାମକ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…