ଅପରାଧମୁଖ୍ୟ ଖବର ଶିଳପୁଆରେ ଛେଚି ଭାଉଜକୁ ହତ୍ୟା କଲା ଦିଅର Angul OnlineFebruary 3, 2021February 3, 2021 ଅନୁଗୁଳ – ଅନୁଗୁଳ ସଦର ଥାନା ସୁସୁଡା ଗାଁରେ ଆଯି ( ବୁଧବାର) ସନ୍ଧ୍ୟାରେ ଏକ ହତ୍ୟାକାଣ୍ଡ ଘଟି ଯାଇଛି । ଦିଅର ଶିଳପୁଆରେ ଛେଚି ଭାଉଜକୁ ହତ୍ୟା କରିବା ପରେ ଥାନାରେ ଆତ୍ମସମର୍ପଣ କରିଥିବା ଜଣା ପଡିଛି । ସୂଚନା ଅନୁସାରେ ସୁସୁଡା ସ୍କୁଲ ସମ୍ମୁଖରେ ରହୁଥିବା ସଙ୍ଗୀତା ଭୋଇ ତାଙ୍କ ଦିଅର ସୁବାଶ ଭୋଇଙ୍କ ସହ ଘରେ ଥିବା ବେଳେ ହଠାତ ସୁବାଶ ଏକ ଶିଳପୁଆରେ ସଙ୍ଗୀତାଙ୍କୁ ଆକ୍ରମଣ କରିଥିଲେ । ଘଟଣା ସ୍ଥଳରେ ସଙ୍ଗୀତାଙ୍କ ମୃତ୍ୟୁ ହୋଇଥିଲା । ଏହା ପରେ ସୁବାଶ ନିଜେ ଆସି ଥାନାରେ ଆତ୍ମସମର୍ପଣ କରିଥିଲେ । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚିଥିଲା । ତେବେ ସାଇଣ୍ଟିଫିକ ଟିମ ଆସି ପାରି ନଥିବା ତଦନ୍ତରେ ଅଗ୍ରଗତି ହୋଇ ପାରି ନଥିବା ଜଣା ପଡିଛି । ଆସନ୍ତାକାଲି ସାଇଣ୍ଟିଫିକ ଟିମ ତଦନ୍ତ କରିବା ସହ ଶବ ବ୍ୟବଚ୍ଛେଦ କରାଯିବ । ତେବେ ପ୍ରାଥମିକ ତଦନ୍ତ ବେଳେ ସୁବାଶଙ୍କ ମାନସିକ ଅବସ୍ଥା ଠିକ ନଥିବାରୁ ଏଭଳି କାଣ୍ଡ ଭିଆଇଥିବା ଜଣା ପଡିଛି । Advertisement
ଜେଲ ଗଲେ କୋଟିପତି ଜେଇ ଅନୁଗୁଳ – ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଅନୁଗୁଳ ଜିଲ୍ଲା ତାଳଚେର ବ୍ଲକରେ କାର୍ଯ୍ୟରତ ଜେଇ ବିରଞ୍ଚି ନାରାୟଣ ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ…
ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର କଣିହାଁ – ଅନୁଗୁଳ ଜିଲ୍ଲା କଣିହାଁ ଥାନା ହରିଚନ୍ଦନପୁର ଗ୍ରାମ ନିକଟସ୍ଥ ଥିବା ଜଙ୍ଗଲରୁ ଜଣେ ନାବାଳକଙ୍କ ମୃତ ଦେହ ଉଦ୍ଧାର ହୋଇଛି । ମୃତ ନାବାଳକ…
ଟଙ୍କା ଲୁଟିନେଲେ ସାଇବର ଠକ ଅନୁଗୁଳ – ଅନୁଗୁଳରେ ପୁଣି ମାତିଲେ ସାଇବର ଠକ । କେୱାଇସି ଅପଡେଟ୍ କରିବା ବାହାନରେ ଶିମିଳିପଡ଼ାର ଜୈନିକ ବ୍ୟକ୍ତିଙ୍କ ଆକାଉଣ୍ଟରୁ ୨୦ ହଜାର ଲୁଟ କରି…