ବାଣିଜ୍ୟ ଅନୁଗୁଳ ବଜାରରେ ଓକାୟା ଇ-ଭେଇକିଲ୍ Angul OnlineMay 27, 2022May 27, 2022 ଅନୁଗୁଳ – ଅନୁଗୁଳ ସହରର ଅମଳାପଡାର ଗାନ୍ଧୀମାର୍ଗରେ ଓକାୟା ଇ-ଭେଇକିଲ୍ ସୋ ରୁମ୍ ଉଦ୍ଘାଟନ – ହୋଇ ଯାଇଛି । ବଜାରକୁ ଏହି ଓକାୟା ଇ-ଭେଇକିଲର ୩ଟି ମଡ଼େଲ ପ୍ରବେଶ କରିଛି । ଦୁଇଟି ମଡ଼େଲ କ୍ଲାସିକ୍ ଓ ଫ୍ରିଡ଼ମ୍ ରହିଥିବା ବେଳେ ଏହାକୁ ଥରେ ଚାର୍ଜ କରିଲେ ୭୨ କିଲୋମିଟର ପର୍ଯ୍ୟନ୍ତ ଗଡ଼ିପାରିବ । ଏହାର ବେଗ ସର୍ବାଧିକ ୨୫ କିଲୋମିଟର ପ୍ରତି ଘଣ୍ଟା ରହିବ । ଯେଉଁଥରେ ପରିବହନ ବିଭାଗର କୌଣସି କାଗଜପତ୍ର କିମ୍ବା ରୋଡ୍ ଟ୍ୟାକ୍ସ ଦେବାକୁ ପଡ଼ିବ ନାହିଁ । ଏହାର ମୂଲ୍ୟ ୭୨ରୁ ୭୩ ହଜାର ମଧ୍ୟରେ ରହିବ ବୋଲି ସଂସ୍ଥାର ରିଜୋନାଲ ମ୍ୟାନେଜର ଆବଜର କହିଛନ୍ତି । ସେହିଭଳି ଫାଷ୍ଟା ମଡ଼େଲରେ ଘଣ୍ଟାକୁ ୬୦ କିଲୋମିଟର ଗତିରେ ୧୨୦ କିଲୋମିଟର ପର୍ଯ୍ୟନ୍ତ ଗଡ଼ିବ । ଏହାର ମୂଲ୍ୟ ୧ ଲକ୍ଷ ୧୧ ହଜାର ରହୁଥିବା କୁହାଯାଇଛି । ଏହି ଫାଷ୍ଟ ମଡ଼େଲ ଗାଡ଼ିରେ ସବ୍ସିଡ଼ ସହ ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ରାହକଙ୍କ ଆକାଉଣ୍ଟ ୫ ହଜାର ଟଙ୍କା ସବ୍ସିଡ଼ ବାବଦକୁ ଯିବାର ବ୍ୟବସ୍ଥା ରହିଥିବା ଆବଜର କହିଛନ୍ତି । ଏହି ସୋ ରୁମ୍ ଉଦ୍ଘାଟନ ଅବସରରେ ସୋ ରୁମ୍ ମାଳିକ ଗିରଜା ଶଙ୍କର ଅଗ୍ରୱାଲ, ଓକାୟାର ରିଜୋନାଲ ମ୍ୟାନେଜର ଆବଜର, ଜୋନାଲ ସର୍ଭିସ ହେଡ଼ ଅଞ୍ଜନ, ରାଜ୍ୟ ମୁଖ୍ୟ ଜ୍ଞାନ ରଞ୍ଜନ ପ୍ରମୁଖ ଉପସ୍ଥିତ ଥିଲେ । Advertisement
ଲକ୍ଷ୍ମୀ ହୋଣ୍ଡାରେ ମେଗା ମନସୁନ ଅଫର ଅନୁଗୁକ – ହୋଣ୍ଡା ମୋଟରସାଇକେଲ ଏବଂ ସ୍କୁଟର ଇଣ୍ଡିଆର ଅଧିକୃତ ବିକ୍ରେତା ଲକ୍ଷ୍ମୀ ହୋଣ୍ଡାରେ MEGA MONSOON OFFER ର ଶୁଭାରମ୍ଭ ହୋଇଛି । ଏହି MONSOON…
ଲକ୍ଷ୍ମି ହୋଣ୍ଡାରେ ହୋଣ୍ଡା ୟୁନିକର୍ଣ୍ଣର ଗ୍ରାହକ ସମାବେଶ ଅନୁଗୁଳ – ହୋଣ୍ଡା ମୋଟର ସାଇକେଲ୍ ଏବଂ ସ୍କୁଟର ଇଣ୍ଡିଆ ର ଅଧିକୃତ ବିକ୍ରେତା ଲକ୍ଷ୍ମି ହୋଣ୍ଡା ଠାରେ ହୋଣ୍ଡା ୟୁନିକର୍ଣ୍ଣର ଗ୍ରାହକ ସମାବେଶ ହୋଇଯାଇଛି । ଏହି ସମାରୋହେରେ…
ଇଣ୍ଡିଆନ ଷ୍ଟିଲ ଆସୋସିଏସନର ସଭାପତି ଭାବରେ ନବୀନ ଜିନ୍ଦଲଙ୍କ ଦାୟିତ୍ବ ଗ୍ରହଣ ଭୁବନେଶ୍ୱର – ଜିନ୍ଦଲ ଷ୍ଟିଲ୍ ଏଣ୍ଡ ପାୱାରର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲ ସର୍ବସମ୍ମତିକ୍ରମେ `ଇଣ୍ଡିଆନ୍ ଷ୍ଟିଲ୍ ଆସୋସିଏସନ୍ (ଆଇଏସ୍ଏ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…