ଆଞ୍ଚଳିକ କେନାଲରୁ ଜଣଙ୍କର ଓ ଡ୍ରେନରୁ ଜଣଙ୍କର ମୃତଦେହ ଉଦ୍ଧାର Angul OnlineJuly 22, 2023July 22, 2023 ଅନୁଗୋଳ – ଅନୁଗୋଳ ଜିଲ୍ଲା ତାଳଚେରର ଏକ କେନାଲରୁ ଜଣଙ୍କର ମୃତଦେହ ଉଦ୍ଧାର କରା ଯାଇଥିବା ବେଳେ ଜରପଡା ଥାନା ତୁକୁଡାର ଏକ ଡ୍ରେନରୁ ଆଉ ଜଣଙ୍କର ମୃତଦେହ ଉଦ୍ଧାର କରା ଯାଇଛି । ସୁଚନା ଅନୁସାରେ ତାଳଚେର ପୋୖରାଞ୍ଚଳ ୱାର୍ଡ ନଂ-୧୧ ଚାଉଳିଆକୁଟା କେନାଲରେ ଆଜି ସକାଳେ ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକ ଦେଖିବାକୁ ପାଇଥିଲେ । ସେମାନେ ପୁଲିସକୁ ଖବର ଦେବା ପରେ ପୁଲିସ ଘଟଣା ସ୍ଥଳରେ ପହନ୍ଚି ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା । ମୃତ ଯୁବକ ଜଣଙ୍କ ସେହି ୱାର୍ଡର ଚାଟୁ ନାୟକ ବୋଲି ଜଣା ପଡିଛି । କୌଣସି କାରଣ ବଶତଃ କେନାଲରେ ପଡି ଉଠି ନ ପାରିବାରୁ ମୃତ୍ୟୁ ହୋଇଥିବା ସନ୍ଦେହ କରା ଯାଇଛି । ଶବ ବ୍ୟଛେଦ କରି ପୁଲିସ ଘଟଣାର ତଦନ୍ତ କରୁଛି । ସେହିଭଳି ଜରପଡ଼ା ଥାନା ତୁକୁଡ଼ାର ଏକ ଡ୍ରେନରୁ ଯୁବକଙ୍କ ମୃତଦେହ ଉଦ୍ଧାର । ପରିଚୟ ଅସ୍ପଷ୍ଟ ଥିବା ବେଳେ ମୃତଦେହ ପଚି ସଢ଼ି ଯାଇଛି । ଫଳରେ ଦୁଇ ଦିନ ହେଲା ଉକ୍ତ ଯୁବକର ମୃତ୍ଯୁ ହୋଇଥିବା ସନ୍ଦେହ କରା ଯାଉଛି । Advertisement
ଉତ୍କଳ କରାଟେ ସଂଗଠନ ପକ୍ଷରୁ ବାର୍ଷିକ ପ୍ରତିଯୋଗିତା ଅନୁଗୋଳ – ଅନୁଗୋଳ ଶିଶୁ ବିଦ୍ୟା ମନ୍ଦିର ଅଡିଟୋରିୟମ ରେ ଉତ୍କଳ କ୍ୟୁକୋସିନ କରାଟେ ଓ ଯୋଗ ସଂଗଠନ ପକ୍ଷରୁ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ଆୟୋଜିତ ହୋଇଥିଲା…
ବିଜୁ ଯୁବ ଜନତା ଦଳ ଦ୍ବାରା ୪୧ ୟୁନିଟ୍ ରକ୍ତ ସଂଗୃହିତ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ବିଜୁ ଯୁବ ଜନତା ଦଳ ପକ୍ଷରୁ ବିଧାୟକ ଶ୍ରୀଯୁକ୍ତ ଶୁସାନ୍ତ କୁମାର ବେହେରାଙ୍କ ଆହ୍ବାନ କ୍ରମେ ପାଟକୁମୁଣ୍ଡା…
ଅଗଷ୍ଟ କ୍ରାନ୍ତି ଦିବସ ପାଳିତ ଅନୁଗୁଳ -(AO)- ଅନଗୁଳ ଗାନ୍ଧୀ ପାର୍କ ଠାରେ ଭାରତ ଛାଡ଼ ଆନ୍ଦୋଳନ ୭୯ ତମ ଦିବସ ପାଳିତ ହୋଇ ଯାଇଛି । ୧୯୪୨ ମସିହା ଆଜିର ଦିନରେ…