ମୁଖ୍ୟ ଖବର କଣ୍ଟେନର ଧକ୍କାରେ ସାଇକେଲ ଆରୋହୀ ମୃତ Angul OnlineSeptember 15, 2022September 15, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ବନ୍ଦା ଛକ ଠାରେ ଏକ ସଡ଼କ ଦୁର୍ଘଟଣାରେ ସାଇକେଲ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତି ଜଣଙ୍କ ବଅଁରପାଳ ବ୍ଲକ ଅନ୍ତର୍ଗତ ଗଡସନ୍ତ୍ରୀ ଗ୍ରାମ ପଞ୍ଚାୟତ ବଡ଼ଖଳି ଗ୍ରାମର ସୁମନ୍ତ କୁମାର ବିଶୋଇ ବୋଲି ଜଣା ପଡ଼ିଛି । ଶ୍ରୀ ବିଶୋଇ ଆଜି ସକାଳେ ସାଇକେଲ ଯୋଗେ ଅନୁଗୁଳ କୌଣସି କାମରେ ଆସିଥିଲେ । ସେଠାରୁ କାମ ସାରି ବନ୍ଦା ଛକ ନିକଟ ଦେଇ ଘରକୁ ଯିବା ସମୟରେ ପଛପଟୁ ଏକ କଣ୍ଟେନର ଟ୍ରକ୍ ଚକା ତଳେ ଚାପିହୋଇ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା । ଘଟଣା ସ୍ଥଳରୁ କଣ୍ଟେନର ଓ ଡ୍ରାଇଭର କୁ ବଅଁରପାଳ ଥାନାରେ ଅଟକ ରଖି ତଦନ୍ତ କରୁଥିବା ଜଣାପଡ଼ିଛି । Advertisement
ବଜ୍ରପାତରେ ଜଣେ ମୃତ ଜଣେ ଗୁରୁତର ଅନୁଗୁଳ – ଅନୁଗୁଳ ଜିଲ୍ଲା ବଲଙ୍ଗ ଗାଁରେ ବଜ୍ରପାତ ଯୋଗୁଁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ଜଣଙ୍କ ହେଲେ…
ତୈଳଦର ବୃଦ୍ଧି ବିରୁଦ୍ଧରେ ଏସ୍.ୟୁ.ସି.ଆଇ(କମ୍ୟୁନିଷ୍ଟ) ପକ୍ଷରୁ ବିକ୍ଷୋଭ ଅନୁଗୁଳ – ପେଟ୍ରୋଲ, ଡିଜେଲ, ରନ୍ଧନଗ୍ୟାସ୍ ଓ ନିତ୍ୟବ୍ୟବହାର୍ଯ୍ୟ ଜନିଷର ଆକାଶଛୁଆଁ ମୂଲ୍ୟବୃଦ୍ଧି ବିରୁଦ୍ଧରେ ଏସ୍.ୟୁ.ସି.ଆଇ(କମ୍ୟୁନିଷ୍ଟ) ପକ୍ଷରୁ ଡାକରା ଦିଆଯାଇଥିବା ସାରା ଓଡିଶା ପ୍ରତିବାଦ ଦିବସ ଉପଲକ୍ଷେ…
ଝିଅ ହତ୍ୟାକାରୀ ବାପାକୁ ଆଜୀବନ କାରାଦଣ୍ଡ ଅନୁଗୋଳ – ନିଜ ଜନ୍ମ କଲା ଝିଅକୁ ସାମାନ୍ୟ ଘଟଣା ପାଇଁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତ ବାପାକୁ ଜିଲ୍ଲା ଦୌରାଜଜ ଆଜୀବନ କାରାଦଣ୍ଡରେ ଦଣ୍ଡିତ…