ମୁଖ୍ୟ ଖବର ନାନୀ-ଭଉଣୀ ଉପରେ ଚଢିଗଲା ହାଇୱା – ଜଣେ ମୃତ Angul OnlineSeptember 6, 2021September 6, 2021 ଆଠମଲ୍ଲିକ – ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ନଗଦିପୁର ଗ୍ରାମ ନିକଟରେ ସ୍କୁଟିରେ ଯାଉଥିବା ନାନୀ-ଭଉଣୀଙ୍କୁ ଏକ ହାଇୱା ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି । ସୂଚନା ଅନୁସାରେ ସଞ୍ଜାମୁରା ପଞ୍ଚୟତର ପ୍ରୀତିସୁମନ ଓ ଅମ୍ରିତା ନାୟକ ଦୁଇ ନାନୀ-ଭଉଣୀ ଅନୁଗୁଳରୁ ନିଜ ଗାଁ ବାଟିମୁଣ୍ଡାକୁ ସ୍କୁଟିରେ ଫେରୁଥିଲେ । ନଗଦିପୁର ଗ୍ରାମ ନିକଟ ହେବା ସମୟରେ ଏକ ବାଲି ବୋଝେଇ ହାଇୱା ଗାଡି ଦୁଇ ଭଉଣୀଙ୍କର ସ୍କୁଟିକୁ ପଛରୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ସାନ ଭଉଣୀ ପ୍ରୀତିସୁମନ ନାୟକଙ୍କର ମୃତ୍ୟୁ ହୋଇଥିଲା । ବଡ଼ ଭଉଣୀ ଅମିତା ନାୟକକୁ ଗୁରୁତର ଅବସ୍ଥାରେ ଆଠମଲ୍ଲିକ ମେଡିକାଲରେ ଭର୍ତ୍ତି କରାଯାଇଛି । ପୁଲିସ ଦୁର୍ଘଟଣାଗ୍ରସ୍ତ ଉଭୟ ଗାଡିକୁ ଜବତ କରି ତଦନ୍ତ କରୁଛି । Advertisement
ପୁଣି ନବଜାତ ଶିଶୁ ଉଦ୍ଧାର ନାଲକୋନଗର – ଅନୁଗୁଳ ଜିଲ୍ଲାର ବଅଁରପାଳ ବ୍ଲକ କୁକୁଡ଼ାଙ୍ଗ ଗାଁ ତେନ୍ତୁଳିପଶି ସ୍କୁଲ ପଛ ପାଖ ଅଙ୍ଗନବାଡ଼ି କେନ୍ଦ୍ର ନିକଟର ବିଲରୁ ୧୦ଦିନ ତଳେ ଏକ ନବଜାତ…
ଉପ ବାଚସ୍ପତିଙ୍କ ଗାଡ଼ିରେ ଜାତୀୟ ପତାକାକୁ ଅସମ୍ମାନ ଅନୁଗୁଳ – ଅନୁଗୁଳ ବିଧାୟକ ତଥା ବିଧାନସଭା ଉପ ବାଚସ୍ପତି ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସାରି ବନ୍ତଳା ଅଭିମୁଖେ ଯାଉଥିବା ବେଳେ ପଞ୍ଚମହଲା ନିକଟରେ ତାଙ୍କ ଗାଡି…
ଆସନ୍ତାକାଲି ୧୨ ଘଣ୍ଟିଆ ତାଳଚେର ବନ୍ଦ ତାଳଚେର – ଆସନ୍ତାକାଲି(ବୁଧବାର) ତାଳଚେର ବନ୍ଦ ଡାକରା ଦେଇଛି ତାଳଚେର ଜିଲ୍ଲା କ୍ରିୟାନୁଷ୍ଠାନ କମିଟି । ତାଳଚେରକୁ ସ୍ୱତନ୍ତ୍ର ଜିଲ୍ଲାର ମାନ୍ୟତା ଦେବା ଦାବିରେ ସକାଳ ୬…