ମୁଖ୍ୟ ଖବର ପିକଅପକୁ ଧକ୍କା ଦେଲା ଟ୍ରକ – ଜଣେ ମୃତ Angul OnlineJune 6, 2021June 6, 2021 ପାଲଲହଡା – ଅନୁଗୁଳ ଜିଲ୍ଲା ପାଲଲହଡା ଉପଖଣ୍ଡ ମୁକ୍ତାପୁର ଗ୍ରାମ ନିକଟ ଜାତୀୟ ରାଜପଥ-୪୯ ଉପରେ ଏକ ପିକଅପ ଗାଡି କୁ ଟ୍ରକ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ ସ୍ଥାନୀୟ ଫାର୍ମ ସାହିର ଧୁଳିଆ ମୁଖୀ । ସୂଚନା ଅନୁସାରେ ପିକଅପ ଗାଡିଟି କେନ୍ଦୁଝର ଜିଲ୍ଲା ତେଲକୋଇରୁ ପାଲଲହଡାକୁ ଆସୁଥିବା ବେଳେ ସାମ୍ନାରୁ ଆସୁଥିବା ଏକ ଟ୍ରକର ଟାୟାର ଫାଟି ଯିବାରୁ ଭାରସାମ୍ୟ ହରାଇ ପିକଅପ ଗାଡିକୁ ଧକ୍କା ଦେଇଥିଲା । ପିକଅପର ଡାଲାରେ ବସିଥିବା ଧୁଳିଆ ଗାଡିରୁ ଛିଟିକି ଯାଇଥିବା ବେଳେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ଖବର ପାଇ ପାଲଲହଡା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଗାଡି ଜବତ କରି ତଦନ୍ତ କରୁଛି । Advertisement
ଠାକୁରଗଡରୁ ଯୁବକ ନିଖୋଜ , ବାଲିପଟ୍ଟାରୁ ମୃତଦେହ ଉଦ୍ଧାର ଅନୁଗୋଳ – ଅନୁଗୋଳ ଜିଲ୍ଲା ଛେଣ୍ତିପଦା ଥାନା କୁକୁରପେଟା ଗ୍ରାମକୁ ୩ ଦିନ ତଳେ ଜଣେ ଯୁବକ ଏକ ବିବାହ ଉତ୍ସବକୁ ଆସି ନିଖୋଜ ଥିବା ବେଳେ…
ଜଙ୍ଗଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ଅନୁଗୁଳ – ଅନୁଗୁଳ ଜିଲ୍ଲା ସାରୁଆଳି ଜଙ୍ଗଲରୁ ଜଣେ ୫୦ ବର୍ଷୀୟ ବୃଦ୍ଧଙ୍କ ମୃତଦେହ ଆଜି ଗାଁ ନିକଟସ୍ଥ ଜଙ୍ଗଲରୁ ଉଦ୍ଧାର ହୋଇଛି । ମୃତ ବୃଦ୍ଧ…
ଟ୍ରକ ପଛରେ ପିଟିଲା ସ୍କୁଟି – ଚାଳକ ମୃତ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅନ୍ତର୍ଗତ ଗୋପୀନାଥ ପୁର ଠାରେ ଥିବା ଥିବା ଜିନ୍ଦଲ ପେଟ୍ରୋଲ ପମ୍ପ ନିକଟରେ ଛିଡାହୋଇ ଥିବା ଏକ ଟ୍ରକ…