ମୁଖ୍ୟ ଖବର ଦୁର୍ଘଟଣାରେ ଜଣେ ମୃତ , ଦୁଇ ଗୁରୁତର Angul OnlineNovember 14, 2022November 14, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ମଧୁପୁର ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ ଜଗନ୍ନାଥପୁର ଅଞ୍ଚଳରୁ ତିନି ଜଣ ଯୁବକ ମୋଟରସାଇକେଲରେ ଅନୁଗୁଳ ଆଡକୁ ଆସୁଥଲେ । ତେବେ ମଧୁପୁର ନିକଟରେ ଏକ ଟ୍ରକ ଛିଡା ହୋଇଥିବା ବେଳେ ଚାଳକ ନ ଜାଣି ପାରିବାରୁ ସେଥିରେ ବାଡେଇ ହୋଇ ଯାଇଥିଲେ । ଫଳରେ ଘଟଣା ସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ହୋଇ ପଡ଼ିଥିଲେ । ସ୍ଥାନୀୟ ଲୋକ ସେମାନଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ଖବର ପାଇ ବନ୍ତଳା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । Advertisement
ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଅନୁଗୋଳ – ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ମହିଧରପୁର ଗାଁରେ ମଙ୍ଗଳବାର ସକାଳେ ଏକ ଅଜଣା ଗାଡ଼ି ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି। ସୂଚନା ଯେ,…
ନବବିବାହିତା କିଶୋରୀକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ ଛେଣ୍ତିପଦା – ଅନୁଗୋଳ ଜିଲ୍ଲା ଛେଣ୍ତିପଦା ବ୍ଲକ ଦୁର୍ଗାପୁର ଗ୍ରାମରୁ ଏକ ନବବାହିତା କିଶୋରୀଙ୍କୁ ଚାଇଲ୍ଡ ଲାଇନ ଅନୁଗୁଳ ଦ୍ଵାରା ଉଦ୍ଧାର କରାଇଯାଇଛି । କିଶୋରନଗର ବ୍ଲକର…
ବ୍ରାଉନ୍ସୁଗାର ବ୍ୟବସାୟୀ ଗିରଫ ନାଲକୋ ନଗର – ଅନୁଗୁଳ ଜିଲ୍ଲା ନାଲକୋ ଆଦର୍ଶ ଥାନା ଅଞ୍ଚଳର ଜଣେ ଯୁବକ ଧଳା ଜହର ବ୍ୟବସାୟ କରୁଥିବା ଅଭିଯୋଗରେ ନାଲକୋ ପୁଲିସ ଗିରଫ କରିଛି…