ମୁଖ୍ୟ ଖବର ଦୁର୍ଘଟଣାରେ ଜଣେ ମୃତ – ଘଟଣା ସ୍ଥଳରେ ଉତ୍ତେଜନା Angul OnlineSeptember 25, 2021September 25, 2021 ଅନୁଗୁଳ – ଅନୁଗୁଳ ଛେଳିଆପଡା ଠାରେ ଏକ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଛି । ମୃତକା ଜଣଙ୍କ କାଙ୍ଗୁଲା ଗ୍ରାମର ରଞ୍ଜିତ ଘଡେଇ ବୋଲି ଜଣା ପଡିଛି । ସୂଚନା ଅନୁସାରେ ରଞ୍ଜିତ ରାତି ପ୍ରାୟ ୯ ଟା ବେଳେ ରାସ୍ତାରେ ଯାଉଥିବା ବେଳେ ଅନୁଗୁଳ ପଟରୁ ମହୀଧରପୁର ଆଡକୁ ଦ୍ରୁତ ଗତିରେ ଯାଉଥିବା ଏକ ଟ୍ରିପର ତାଙ୍କୁ ଧକ୍କା ଦେଇ ପଳାଇ ଯାଇଥିଲା । ଦୁର୍ଘଟଣାରେ ରଞ୍ଜିତଙ୍କ ମୁଣ୍ଡ ଉପରେ ଗାଡି ଚଢି ଯାଇଥିବା ବେଳେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ଏହି ଦୁର୍ଘଟଣାକୁ ନେଇ ଘଟଣା ସ୍ଥଳରେ ଉତ୍ତେଜନା ପରିସ୍ଥିତି ଦେଖା ଦେଇଥିଲା । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଛି ଲୋକଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତା ପଡିଥିଲା । ସେପଟେ ଦୁର୍ଘଟଣା ଘଟାଇ ପଳାଇ ଯାଉଥିବା ଗାଡିଟି ମହୀଧରପୁର ଠାରେ ଧରା ପଡିଥିବା ସୂଚନା ମିଳିଛି । Advertisement
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର – ହତ୍ୟା ଅଭିଯୋଗ ଆଣିଲେ ବାପା ଅନୁଗୁଳ – ଅନୁଗୁଳ ଜିଲ୍ଲା ବେନ୍ତପୁର ଗାଁର ଚିତ୍ତରଞ୍ଜନ ପରିଡାଙ୍କ ଘରୁ ତାଙ୍କ ଗର୍ଭବତୀ ପତ୍ନୀ ସସ୍ମିତା ବେହେରାଙ୍କ ମୃତଦେହ ଉଦ୍ଧାର ହୋଇଛି । ସେ ଏକ…
ରବିବାରଠାରୁ ବାଲି , ପଥର , ମୋରମ ପରିବହନ ବନ୍ଦ ରହିବ ଅନୁଗୁଳ – ଆସନ୍ତାକାଲି(୧୦/୧୧/୨୪) ଠାରୁ ଅନୁଗୁଳ ଟିପର ଓ ହାଇୱା ମାଲିକ ସଂଘ ପକ୍ଷରୁ ବାଲି, ଗୋଡ଼ି, ମାଟି, ମୋରମ୍ ଇତ୍ୟାଦି ଖଣିଜ ଦ୍ରବ୍ୟ ପରିବହନ ଅନିର୍ଦିଶ୍ଟ…
ଦୁର୍ଦାନ୍ତ ଅପରାଧୀ ଟିକନ ନାଏକ ହତ୍ୟାକାଣ୍ଡର ହତ୍ୟାକାରୀକୁ ଆଜୀବନ କାରାଦଣ୍ଡ ଅନୁଗୁଳ – ଅନୁଗୁଳ ଜିଲ୍ଲା ବେନ୍ତପୁର ଅଞ୍ଚଳର ଦୁର୍ଦାନ୍ତ ଅପରାଧୀ ଟିକନ ନାଏକ ହତ୍ୟାକାଣ୍ଡର ରାୟ ପ୍ରକାଶ ପାଇଛି । ଗାଁ ରାସ୍ତାରେ ଟିକନକୁ ହାଣି ହତ୍ୟା…