ମୁଖ୍ୟ ଖବର କୂଅରେ ପଡିଥିବା ଶିଶୁକୁ ଉଦ୍ଧାର କରିବାକୁ ଯାଇ ଜଣେ ମୃତ Angul OnlineJune 21, 2021June 21, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଶିମିଳିପାଳ ଗାଁରେ ଅଘଟଣ । କୂଅରେ ପଡିଥିବା ଶିଶୁକୁ ଉଦ୍ଧାର କରିବାକୁ ଯାଇ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ଆଜି ଗାଁ ମୁଣ୍ଡରେ ଥିବା ପୁରିହାପାଟ ଦେବୀ ପିଢ ନିକଟସ୍ଥ ଏକ କୂଅରେ ଶିବ ପଧାନ ନାମକ ଜଣେ ବ୍ୟକ୍ତିଙ୍କ ୩ ବର୍ଷର ଶିଶୁ ଖେଳୁଥିବା ବେଳେ ଖସି ପଡିଥିଲା । ଶିଶୁ ଟି ଖସି ପଡିବା ଦେଖି ପାଖରେ ଥିବା ଆଉ ଜଣେ ବାଳକ ଉଦ୍ଧାର କରିବାକୁ କୂଅକୁ ଡେଇଁ ପଡିଥିଲେ । ତେବେ ଉଭୟ କୁଆଡ଼େ ପଡି ଚିତ୍କାର ପକେଇବା ଯୋଗୁଁ ପାଖରେ କାମ କରୁଥିବା ପ୍ରଦୀପ ପଧାନ , ଶୁକ୍ରୁ ପଧାନ ଓ ଦୀପ ଦେହୁରି ନାମକ ତିନି ଯୁବକ କୂଅରେ ପଶି ସେମାନଙ୍କୁ ଉଧାର କରିବାକୁ ଚେଷ୍ଟା କରିଥିଲେ । ସେମାନେ ଉଭୟଙ୍କୁ ସୁରକ୍ଷିତ ଉଦ୍ଧାର କରିଥିବା ବେଳେ ପ୍ରଦୀପ କିନ୍ତୁ ଆଉ ବାହାରି ପାରି ନଥିଲେ । ଶ୍ଵାସରୁଦ୍ଧ ହୋଇ କୂଅ ଭିତରେ ହିନ ତାଙ୍କର ମୃତ୍ୟୁ ହୋଇଥିଲା । ଖବର ପାଇ ଛେଣ୍ଡିପଦା ଅଗଣିଷମା ବିଭାଗ ଘଟଣା ସ୍ଥଳରେ ପହଞ୍ଚି ପ୍ରଦୀପଙ୍କୁ କୁଅରୁ ଉଦ୍ଧାର କରିଥିଲା । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକ ଖେଳି ଯାଇଛି । Advertisement
ମୋଟରସାଇକେଲକୁ ଧକ୍କା ଦେଲା କାର – ଜଣେ ମୃତ ପାଲଲହଡା – ଅନଗୁଳ ଜିଲ୍ଲା ପାଲଲହଡା ଥାନା ୧୪୯ ନମ୍ବର ଜାତୀୟ ରାଜପଥ ଝିମିରିପାଲି ଠାରେ କାର ଓ ମୋଟରସାଇକେଲ ମୁହାଁ ମୁହିଁ ଧକ୍କା ହେବା ଫଳରେ…
ସଡକ ଦୁର୍ଘଟଣାରେ ମାମୁଁ ଭାଣିଜୀ ମୃତ ଅନୁଗୁଳ – ଅନୁଗୁଳ ସଦର ଥାନା ଅନ୍ତର୍ଗତ ଶରଧାପୁର ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଦୁଇଜଣ ମାମୁଁ-ଭାଣିଜୀ…
ଗୁଳି ମାଡରେ ନାବାଳକ ଗୁରୁତର ଅନୁଗୁଳ – ଗୁଳିମାଡ଼ରେ ନାବାଳକ ଆହତ । ଅନୁଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ସାନକେରଜଙ୍ଗ ଗାଁରେ ଏଭଳି ଘଟଣା ଘଟିଥିବା ଜଣାପଡ଼ିଛି । ସୂଚନା…