ଆଞ୍ଚଳିକ ହାତୀ ଆକ୍ରମଣରେ ଜଣେ ଗୁରୁତର – ଘଟଣାକୁ ନେଇ ଉତ୍ତେଜନା Angul OnlineJuly 13, 2023July 13, 2023 ଅନୁଗୋଳ – ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜରେ ହାତୀ ଆକ୍ରମଣରେ ଗୁରୁବାର ସକାଳେ ପୋକତୁଙ୍ଗା ଗାଁର ସୁରେଶ ପ୍ରଧାନ (୫୫ ବର୍ଷ) ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଅନୁଗୋଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ।ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ତାଙ୍କ ହାତ, ଗୋଡ଼ ଓ ଅଣ୍ଟାରେ ଆଘାତ ଲାଗିଛି। ସୂଚନାନୁଯାୟୀ, ଗୁରୁବାର ସକାଳେ ପୋକତୁଙ୍ଗା ଗାଁର ସୁରେଶ ପ୍ରଧାନ ଶିବ ମନ୍ଦିର ରାସ୍ତାରେ ପ୍ରାତଃ ଭ୍ରମଣ କରୁଥିବା ସମୟରେ ତାଙ୍କୁ ଏକ ହାତୀ ଆକ୍ରମଣ କରିଥିଲା । ସୁରେଶ ଚିତ୍କାର କରିବା ପରେ ହାତୀଟି ସ୍ଥାନୀୟ ଜଙ୍ଗଲକୁ ଚାଲି ଯାଇଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ । ତେବେ ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଥିଲା । ସ୍ଥାନୀୟ ଲୋକ କ୍ଷତିପୂରଣ ଓ ହାତୀ ଦାଉରୁ ସ୍ଥାୟୀ ପ୍ରତିକାର କରିବା ପାଇଁ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ । ପ୍ରଶାସନିକ ଅଧିକାରୀ ଓ ବନ ବିଭାଗ ପହଞ୍ଚି ବୁଝାସୁଝା କରିବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା । Advertisement
ଅନୁଗୁଳ ବ୍ଲକରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପ-ବାଚସ୍ପତି ଅନୁଗୁଳ – ଅନୁଗୁଳ ନିର୍ବାଚନ ମଣ୍ଡଳୀ ଅନୁଗୋଳ ବ୍ଲକର ଜିଲ୍ଲା ପରିଷଦ ଜୋନ ନଂ ୪ ରେ ଅନୁଗୁଳ ବିଧାୟକ ତଥା ଓଡିଶା ବିଧାନସଭା ଉପ-ବାଚସ୍ପତି ଶ୍ରୀଯୁକ୍ତ…
ସାର ପାଇଁ ଉତ୍ତେଜନା – ଚାଷୀଙ୍କ ମଧ୍ୟରେ ହାତାହାତି ଛେଣ୍ଡିପଦା – ଚାଷୀଙ୍କ ଚିନ୍ତା ପାଲଟିଛି ସାର । ବଜାରରେ ସାର ମିଳୁନଥିବାରୁ ହତାଶ ହେଉଛନ୍ତି ଚାଷୀ । ସମସ୍ୟାର ସମାଧାନ କରୁନି ପ୍ରଶାସନ । ଚଳିତ…
ଜନଶୂନ୍ୟ ଗାଁ ‛କୁରୁଡୁ’ – ଷାଠିଏ ପରିବାରରୁ ଆଉ ଅଛନ୍ତି ଆଉ ଚାରି ବନ୍ତଳା – ଏକଦା ଗାଁ ଦାଣ୍ଡରେ ଲାଗିରହୁଥିଲା ଗହଳିଚହଳି । ସକାଳୁ ଚଷା ପୁଅ ନିଜର ହଳଲଙ୍ଗଳ ଧରି କ୍ଷେତକୁ ବାହାରି ଯାଉଥିଲା । ମେଳା ମହୋତ୍ସବରେ…