ମୁଖ୍ୟ ଖବର ମୋଟରସାଇକେଲ ଧକ୍କାରେ ଜଣେ ମୃତ Angul OnlineMarch 29, 2022March 29, 2022 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା ଅନୁଗୁଳ-ଛେଣ୍ଡିପଦା ୬୩ନଂ ରାଜ୍ୟ ରାଜପଥର କୁଦପାଳ ଛକ ନିକଟରେ ଏକ ମୋଟରସାଇକେଲ ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟ ହୋଇଛି । ମୃତକ ଯୁବକ ଜଣକ ନାଣ୍ଡିଛୋଡା ଗ୍ରାମର ଭରତ ଗଡନାୟକ ବୋଲି ଜଣାପଡିଛି । ସୂଚନା ଅନୁସାରେ ନାଣ୍ଡିଛୋଡ ଗ୍ରାମର ଭରତ ଗଡନାୟକ ରାତି ସାଢେ ୯ଟା ବେଳେ କୁଦପାଳ ଛକ ନିକଟରେ ଛିଡା ହୋଇଥିବା ବେଳେ କୋଶଳାରୁ ଅନୁଗୁଳ ଯାଉଥିବା ଏକ ମୋଟରସାଇକେଲ ତାଙ୍କୁ ଧକ୍କା ଦେବାରୁ ଘଟଣାସ୍ଥଳରେ ଭରତଙ୍କର ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଯିବା ସହ ଲୋକ କ୍ଷତିପୂରଣ ଦାବିରେ ୬୩ନଂ ରାଜ୍ୟରାଜପଥକୁ ଅବରୋଧ କରିଥିଲେ । ଖବର ପାଇ ଛେଣ୍ଡିପଦା ତହସିଲଦାର ଡାନିଏଲ ଏକ୍କା ଓ ନିଶା ଶିଳ୍ପାଞ୍ଚଳ ଥାନା ଅଧିକାରୀ ପ୍ରିୟବ୍ରତ ଦାଶ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକମାନଙ୍କ ସହିତ ଆଲୋଚନା ଜାରି ରଖିଥିବା ଜଣାପଡିଛି । ଅପରପକ୍ଷେ ପୁଲିସ ଘଟଣାର ତଦନ୍ତ କରିବା ସହିତ ମୋଟରସାଇକେଲ ଓ ଚାଳକଙ୍କୁ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି । Advertisement
ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ ଅତ୍ୟାଧୁନିକ ପାଟ୍ରୋଲିଂ ଭ୍ୟାନ୍ ଅନୁଗୁଳ – ଅନୁଗୁଳ ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ୧୨ ଅତ୍ୟାଧୁନିକ ପାଟ୍ରୋଲିଂ ଭ୍ୟାନ ମିଳିଛି । ଅଭୟାରଣ୍ୟର ରେଞ୍ଜ ଅଫିସ ଦକ୍ଷତା ବଢ଼ାଇବା ପାଇଁ ଏସବୁ ଅତ୍ୟାଧୁନିକ…
୨୪ ତାରିଖ ୧୨ ଘଣ୍ଟିଆ ପାଲଲହଡା ବନ୍ଦ ପାଲଲହଡା – ଜାତୀୟ ରାଜପଥ ନଂ ୧୪୯ ର ଦୁରବସ୍ଥା ଏବଂ ଜାତୀୟ ରାଜପଥ ନଂ ୪୯ ର ସ୍ଥାନୀୟ ଶିବମନ୍ଦିରକୁ ଅଣ୍ଡରପାସ ରାସ୍ତା ନିର୍ମାଣ ଦାବିରେ…
ପ୍ରେମ ପାଇଁ ଯୁବକଙ୍କ ଆତ୍ମହତ୍ୟା କଣିହାଁ – ଅନୁଗୁଳ ଜିଲ୍ଲା କଣିହାଁ ଥାନା ଅନ୍ତର୍ଗତ ତେଲିସିଙ୍ଗା ଗାଁରେ ଅଭାବନୀୟ ଘଟଣା ଘଟି ଯାଇଛି । ପ୍ରେମରେ ବିଫଳ ହୋଇ ଘରେ ରଶି ଲଗାଇ…