ମୁଖ୍ୟ ଖବର ପୁଲିସ ଭ୍ୟାନ ଧକ୍କାରେ ନାବାଳକ ମୃତ Angul OnlineMarch 10, 2022March 10, 2022 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଶର୍ମାଛକ ଠାରେ ପୁଲିସ ଭ୍ୟାନ ଏକ ମୋଟରସାଇକେଲକୁ ପଛରୁ ଧକ୍କା ଦେବା ଫଳରେ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ କଣିହାଁ ନାଲମ ଗ୍ରାମର ୧୬ ବର୍ଷୀୟ ନାବାଳକ ସୁନୀଲ ବେହେରା । ନାବାଳକ ଜଣକ ଚାଳକ ଶ୍ରବଣ ସାହୁଙ୍କ ସହ ମୋଟରସାଇକେଲରେ ଯାଉଥିବା ସମୟରେ ଭ୍ୟାନଟି ତାଙ୍କୁ ପଛପଟୁ ଧକ୍କା ଦେଇଥିଲା । ଘଟଣା ସ୍ଥଳରେ ଉଭୟ ଗୁରୁତର ହୋଇଥିବା ବେଳେ ଉଭୟଙ୍କୁ ଉଦ୍ଧାର କରି ମଣ୍ଡାପାଳ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରେ ସୁନୀଲ ବେହାରଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ଘଟଣା ସ୍ଥଳରେ ଉଭୟ ତାଳଚେର ଓ କୋଲିୟାରୀ ପୋଲିସ ପହଁଚି ଅଧିକ ତଦନ୍ତ କରିଛି । Advertisement
କେନାଲରେ ଗାଧେଇବା ହେବା କାଳ – ପାଣିରେ ବୁଡି ଯୁବକ ମୃତ ଅନୁଗୁଳ -(AO)- ଅନୁଗୁଳ ଜିଲ୍ଲା ଡେରେଜାଙ୍ଗ ଡ୍ୟାମରୁ ବାହାରିଥିବା ଏକ କେନାଲରେ ଗାଧୋଇବା ବେଳେ ବୁଡ଼ିଯିବାରୁ ଆଜି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ…
ବନ୍ଧୁକ ମୁନରେ ଠିକା ସଂସ୍ଥା କର୍ମଚାରୀଙ୍କୁ ଅପହରଣ ଘଟଣା- ଝାଡ଼ଖଣ୍ଡରୁ ଉଦ୍ଧାର ହେଲେ ଦୁଇ ସୁପରଭାଇଜର ପାଲଲହଡା – ଗତ ସୋମବାର ବିଳମ୍ବିତ ରାତି ରେ ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ଶିଗଡ ପଞ୍ଚାୟତ କମ୍ପରକେଳା ଠାରେ ଥିବା ଏକ ଠିକା ସଂସ୍ଥାର କ୍ୟାମ୍ପରୁ…
ମଞ୍ଚାରୁ ଟାଣି ମାରିଲା ହାତୀ – ଜଣେ ମୃତ , ଖସିଗଲେ ଦୁଇ ଅନୁଗୁଳ – ଅନୁଗୁଳ ଜିଲ୍ଲା ପୁରୁଣାକୋଟ ଥାନା କୋହ୍ଲସର ଗାଁରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ ହୋଇଛି । ମଞ୍ଚାରେ ଧାନ ଜଗିବାକୁ ଥିବା ବେଳେ…