ମୁଖ୍ୟ ଖବର ପୁଣି ଜାତୀୟ ରାଜପଥରେ ଗଡିଲା ଆଉ ଏକ ମୁଣ୍ଡ Angul OnlineNovember 18, 2021November 18, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ୫୫ ନମ୍ବର ଜାତୀୟ ରାଜପଥ କୁଲାଡ଼ ଛକ ନିକଟରେ ଗୁରୁବାର ମଧ୍ୟାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ସ୍କୁଟର ଚାଳକଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି । ମୃତକ ଜଣକ ନାଲକୋ ଥାନା ଅନ୍ତର୍ଗତ କୁଲାଡ ଗ୍ରାମର ବିହାରୀ ଗୋଛାୟତ ବୋଲି ଜଣାପଡିଛି । ସୂଚନା ଅନୁସାରେ ସେ ନାଲକୋ ଦିଲ୍ଲୀ ପବ୍ଲିକ୍ ସ୍କୁଲରେ ଠିକା କର୍ମଚାରୀ ଭାବେ କାମ କରୁଥିଲେ । ଆଜି(ଗୁରୁବାର) ସେ କାମ ସାରି ଘରକୁ ଫେରୁଥିବା ସମୟରେ କୁଲାଡ଼ ଛକ ନିକଟରେ ଏକ ଟ୍ରକ୍ (ଓଡ଼ି୩୫ ସି ୨୭୪୨) ତାଙ୍କ ସ୍କୁଟରକୁ ପଛରୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ବିହାରୀଙ୍କର ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ପରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ କ୍ଷତି ପୂରଣ ଦାବିରେ ସ୍ଥାନୀୟ ଲୋକ ରାସ୍ତାରେ ଶବ ରଖି ରାସ୍ତାରୋକ କରିଥିଲେ । ପ୍ରାୟ ସନ୍ଧ୍ୟା ଯାଏ ରାସ୍ତାରୋକ ଲାଗି ରହିଥିବା ବେଳେ ବୁଝାସୁଝା ପରେ ଜାତୀୟ ରାଜପଥରେ ଗାଡି ଚଳାଚଳ ସ୍ଵାଭାବିକ ହୋଇଥିଲା । Advertisement
ସୁନ୍ଦରୀ ସବୁଦିନ ପାଇଁ କାଟିବା ବନ୍ଦୀ ଜୀବନ ଅନୁଗୁଳ – ବାଘର ଆନ୍ତରାଜ୍ୟ ସ୍ଥାନାନ୍ତରରେ ପ୍ରଥମ ଥର ପାଇଁ ପ୍ରୟାସ କେବଳ ବିଫଳତାରେ ଶେଷ ହୋଇନାହିଁ , ବରଂ ବର୍ତ୍ତମାନ ପଶୁ ଉପରେ ଏହାର ବେଶ…
ଚାଲିଲା ଏନଟିପିସି ଟିଟିପିଏସ ଅନୁଗୁଳ – ଗତ ୨୩ ତାରିଖରେ ଅନୁଗୁଳ ଜିଲ୍ଲା ତାଳଚେରସ୍ଥିତ ଏନଟିପିସି ଟିଟିପିଏସ ବନ୍ଦ ହୋଇ ଯାଇଥିବାବେଳେ ଆଜି ପୁଣି ଏହା ଚାଲୁ ହୋଇଛି । ପ୍ଲାଣ୍ଟର…
ମର୍ମଦୁନ୍ତ ସଡକ ଦୁର୍ଘଟଣା -୨ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ରାଜ୍ୟ ରାଜପଥ -୬୩ର ଅନୁଗୁଳ-ଛେଣ୍ଡିପଦା ରାସ୍ତାରେ ବିଳମ୍ବିତ ରାତିରେ ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ…