ଆଞ୍ଚଳିକ ଗାଡି ଧକ୍କାରେ ଜଣେ ମୃତ Angul OnlineAugust 7, 2021August 7, 2021 ତାଳଚେର – ଅନୁଗୁଳ ଜିଲ୍ଲା ଗୋଡିବନ୍ଧ- ଏନଟିପିସି ରାସ୍ତାର ଶିବରାମପୁର ଛକ ନିକଟରେ ଅଜଣା ଟ୍ରକ୍ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ ଶିବରାମପୁର ଗ୍ରାମର ୨୩ ବର୍ଷୀୟ ଯୁବକ ଦୁଷ୍ମନ୍ତ ବେହେରା । ସୁଚନା ଅନୁସାରେ ଶିବରାମପୁର ଦୁଷ୍ମନ୍ତ ଜଣେ ଦିନ ମଜୁରିଆ ହୋଇଥିବା ବେଳେ ଆଜି କାମ ସାରି ଘରକୁ ଫେରୁଥିବା ବେଳେ ତାଙ୍କୁ କୌଣସି ଅଜଣା ଟ୍ରକ୍ ଧକ୍କା ଦେଇଥିଲା । ଗୁରୂତର ଅବସ୍ଥାରେ ଦୁଷ୍ମନ୍ତଙ୍କୁ ତାଳଚେର ଉପଖଣ୍ଡ ଚିକିତ୍ସାଳୟକୁ ପଠା ଯାଇଥିଲା । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଘଟଣାକୁ ନେଇ ଉତ୍ତେଜନା ପରିସ୍ଥିତି ଦେଖା ଦେବା ସହ ଗାଁ ଲୋକ ଗୋଡ଼ିବନ୍ଧ-ଏନଟିପିସି ରାସ୍ତା ଅବରୋଧ କରି ବସିଥିଲେ । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ସହ ଦୁର୍ଘଟଣା ଘଟାଇ ଥିବା ଗାଡ଼ିକୁ ଜବତ କରିଥିବା ସୂଚନା ମିଳିଛି । Advertisement
୧୧ ଫୁଟ ଲମ୍ବର ଅଜଗର ଉଦ୍ଧାର ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଝାଙ୍ଗୁରୁମୁଣ୍ଡାରୁ ଆଜି ୧୧ ଫୁଟ ଲମ୍ବର ଏକ ଅଜଗର ସାପ ଉଦ୍ଧାର କରାଯାଇଛି । ସୂଚନା ଅନୁସାରେ ଝାଙ୍ଗୁରୁମୁଣ୍ଡାର…
ରେଙ୍ଗାଳି ଜଳଭଣ୍ଡାରରୁ ଛଡାଗଲା ପ୍ରଥମ ବନ୍ୟାଜଳ କଣିହାଁ – ଅନୁଗୁଳ ଜିଲ୍ଲାରେ ଥିବା ଓଡ଼ିଶାର ଦ୍ବିତୀୟ ବୃହତ୍ତମ ଜଳଭଣ୍ଡାର ରେଙ୍ଗାଳି ଜଳଭଣ୍ଡାର ଉପର ମୁଣ୍ଡରେ ବର୍ଷା ଯୋଗୁଁ ବ୍ରାହ୍ମଣୀ ନଦୀର ରେଙ୍ଗାଲି ଜଳଭଣ୍ଡାରରେ ଜଳସ୍ତର…
ଫୁଡ୍ ଫର ଲାଇଫ୍ କାର୍ଯ୍ୟକ୍ରମରେ ଅସହାୟଙ୍କୁ ଖାଦ୍ୟ ବଣ୍ଟନ ଅନୁଗୁଳ – ଅନ୍ତଃରାଷ୍ଟ୍ରୀୟ କୃଷ୍ଣ ଭାବନାମୃତ ସଂଘ (ଇସ୍କନ୍) ଅନୁଗୁଳ ପକ୍ଷରୁ ରବିବାର ସୌଭାଗ୍ୟ ନଗର ବସ୍ତି, ତାମ୍ରିତ୍ କଲୋନୀ, ଅନୁଗୋଳ ରେ ଫୁଡ୍ ଫର ଲାଇଫ୍…