ମୁଖ୍ୟ ଖବର ଅନୁଗୁଳରୁ ଅକ୍ସିଜେନ ଗଲା ବିଶାଖାପାଟଣା Angul OnlineApril 23, 2021April 23, 2021 ଅନୁଗୁଳ – ଆଜି ଅନୁଗୁଳରୁ ମେଡିକାଲ୍ ଅକ୍ସିଜେନର ଅଭାବୀ ରାଜ୍ୟକୁ ଅକ୍ସିଜେନ ପଠା ଯାଇଛି । ଅନୁଗୁଳ ଜିନ୍ଦାଲ ଷ୍ଟିଲ ଏଣ୍ଡ ପାୱାର ଲିମିଟେଡରୁ ଏକ ସ୍ଵତନ୍ତ୍ର ଗାଡିରେ ପ୍ରାୟ ୨୨ ଟନ ଅକ୍ସିଜେନ ବିଶାଖାପାଟଣା ପଠା ଯାଇଛି । ରାତି ଗୋଟାଏ ବେଳେ ଯିବାକୁ ଥିବା ବେଳେ ଏହାର ଦୁଇ ଘଣ୍ଟା ପୂର୍ବରୁ ସମସ୍ତ ପ୍ରସ୍ତୁତି ସରିଯାଇଥିଲା । ରାତି ପ୍ରାୟ ୧୧ ତା ବେଳେ ଏହି ଗାଡି ଅନୁଗୁଳରୁ ବିଶାଖାପାଟଣା ଅଭିମୁଖେ ବାହାରିଥିଲା । ଏହି ଗାଡି ଯିବା ପାଇଁ ପୁଲିସ ପକ୍ଷରୁ ଏକ ଗ୍ରୀନ କରିଡର କରାଯାଇଛି । ସବୁ ଛକ ନିକଟରେ ପୁଲିସ ମୃତୟନ କରା ଯିବା ସହ ଅବାଧରେ ଏହି ଗାଡି ଯିବା ପାଇଁ ପୁଲିସ ଏସକର୍ଟ ଟିମ ମଧ୍ୟ ସାଙ୍ଗରେ ଯାଉଛି । ଅନୁଗୁଳ ପୁଲିସର ଏକ ଟିମ ଓଡିଶା ବୋର୍ଡର ପର୍ଯ୍ୟନ୍ତ ଏହି ଗାଡି ସହିତ ଯିବ ବୋଲି ଅନୁଗୁଳ ଏସ.ପି. ଜଗମୋହନ ମୀନା ସୂଚନା ଦେଇଛନ୍ତି । Advertisement
ମୋଟରସାଇକେଲ ସାଇଲେସନ୍ସର ବଦଳାଇ ଗଣିଲେ ତଣ୍ଡ ପୂଜା ପୂର୍ବରୁ ଆକ୍ସନ ମୁଡରେ ଅନୁଗୁଳ ପୁଲିସ । ଜିଲ୍ଲାର ବିଭିନ୍ନ ସହରରେ ଫ୍ଲାଗ ମାର୍ଚ୍ଚ । ବେଆଇନ ବାଣ କାରଖାନା ଉପରେ ଚଢ଼ାଉ । ଅନୁଗୁଳ…
ଜାତୀୟ ରାଜପଥ ୫୫ ପୂର୍ଣ୍ଣାଙ୍ଗକୁ ନେଇ ବିଧାନସଭାରେ ପ୍ରଶ୍ନ ଉଠାଇଲେ ରମେଶ ସାଏ ଭୁବନେଶ୍ୱର – ଅନୁଗୋଳ ଜିଲ୍ଲା ଦେଇ ଯାଇଥିବା ମଙ୍ଗୁଳି – ସମ୍ବଲପୁର ଜାତୀୟ ରାଜପଥ କାର୍ଯ୍ୟ ପୂର୍ଣ୍ଣାଙ୍ଗ ହେବ ତାହା ସମସ୍ତଙ୍କ ମନରେ ପ୍ରଶ୍ନ ହୋଇ ରହିଛି…
ଇନ୍ସପେକ୍ଟର ସ୍ତରରେ ଅଦଳ ବଦଳ – ପ୍ରଭାତ ଅନୁଗୁଳ ଥାନା ଓ ସତ୍ୟବ୍ରତଙ୍କୁ ସଦର ଥାନା ଅନୁଗୁଳ – ଅନୁଗୁଳ ଜିଲ୍ଲା ଇନ୍ସପେକ୍ଟର ସ୍ତରରେ ସାମାନ୍ୟ ଅଦଳବଦଳ କରା ଯାଇଛି । କିଛି ଦିନ ପୂର୍ବରୁ ଅନୁଗୁଳ ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇଙ୍କୁ…