ଖେଳ ଓ ଖେଳାଳି ଓସିଏର ଆପେକ୍ସ କାଉନସିଲ ମେମ୍ବର ହେବେ ପ୍ରତାପ Angul OnlineOctober 21, 2022October 21, 2022 କଟକ – ଓସିଏ ସଭାପତି ହେବେ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ । ତାଙ୍କ ବିରୋଧରେ କେହି ନାମାଙ୍କନ ପତ୍ର ଦାଖଲ କରିନଥିବାରୁ ଓଡ଼ିଶା କ୍ରିକେଟ ଆସୋସିଏସନର ସଭାପତି ହେବାକୁ ଯାଉଛନ୍ତି ପ୍ରଣବ ପ୍ରକାଶ ଦାସ । ଏକମାତ୍ର ପ୍ରାର୍ଥୀ ଭାବେ ସେ ନାମାଙ୍କନ ପତ୍ର ଦାଖଲ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିବାରୁ ପ୍ରଣବ ପ୍ରକାଶ ଦାସ ନିର୍ଦ୍ୱନ୍ଦରେ ନିର୍ବାଚିତ ହେବେ । ଏହା କେବଳ ଘୋଷଣା ହେବାକୁ ବାକି ଅଛି । ସେହିଭଳି ଅନୁଗୁଳ ଜିଲ୍ଲା କ୍ରିକେଟ ଆସୋସିଏସନ ସଭାପତି ପ୍ରତାପ ପ୍ରଧାନ (ନିଲୁ) ଆପେକ୍ସ କାଉନସିଲ ମେମ୍ବର ଭାବେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ତାଙ୍କ ବିରୁଦ୍ଧରେ ଅନ୍ୟ କେହି ପ୍ରାର୍ଥୀପତ୍ର ଦାଖଲ କରି ନଥିବାରୁ ସେ ମଧ୍ୟ ନିର୍ଦ୍ୱନ୍ଦରେ ନିର୍ବାଚିତ ହେବା ନିଶ୍ଚିତ ହୋଇ ସାରିଛି । ଆଉ ଏହା ଜଣା ପଡିବା ପରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ଶୂଅ ଛୁଟିଛି । Advertisement
ଫୁଟସଲ ୨୦୨୧ ଉଦଯାପିତ ଅନୁଗୁଳ – ଅନୁଗୁଳ ଜିଲ୍ଲା ଜେଏସପିଏଲର ଜିନ୍ଦଲ ଅଫିସର୍ସ କ୍ଲବ (ଜେଓସି) ଦ୍ଵାରା ଆୟୋଜିତ ହୋଇଥିବା ଆନ୍ତଃ ବିଭାଗୀୟ ବାର୍ଷିକ ଫୁଟବଲ ଟୁର୍ନାମେଣ୍ଟ ଫୁଟସଲ –୨୦୨୧ର ବିଜେତା…
ଆସନ୍ତା ଚାରି ତାରିଖରୁ ହେମସୁରପଡା କ୍ଲବ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଗୁଳ – ଆସନ୍ତା ଡିସେମ୍ବର ୪ ତାରିଖରୁ ୧୧ ତାରିଖ ଯାଏ ପ୍ରିନ୍ସ ଆଣ୍ଡ ପ୍ରିନ୍ସ କ୍ଲବ ଆନୁକୂଲ୍ୟରେ ଟାଉନ ହାଇସ୍କୁଲ ପଡ଼ିଆରେ ହେମସୁରପଡା କପ ଫୁଟବଲ…
ମା କଳାପାଟ କ୍ରିକେଟ କପ୍ – ଗଡତରାଶ ବିଜୟୀ ଅନୁଗୁଳ – ଅନୁଗୁଳ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅନୁଗୁଳ ବ୍ଲକର ତଳଗଡ ପଞ୍ଚାୟତ ରେ ମା କଳାପାଟ ଯୁବକ ସଂଘ ଦ୍ବାରା ଆୟୋଜିତ ମା କଳାପାଟ କ୍ରିକେଟ…