ମୁଖ୍ୟ ଖବର ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର Angul OnlineJuly 16, 2021July 16, 2021 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବାପୁଜୀ ମହାବିଦ୍ୟାଳୟ ପୋଲ ନିକଟରୁ ତିନି ଦିନ ପୂର୍ବରୁ ନିଖୋଜ ଥିବା ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଜଣଙ୍କ ପୋଡାପଡା ଗ୍ରାମର ରସାନନ୍ଦ ସାହୁଙ୍କ ପୁଅ ସୁଧୀର କୁମାର ସାହୁ । ଗତ ତିନିଦିନ ପୂର୍ବରୁ ସେ ନିଖୋଜ ଥିଲେ । ଆଜି ସକାଳ ୬ଟାରେ ସୁଧୀରଙ୍କ ମୃତଦେହ ଶନି ମନ୍ଦିର ନିକଟ ପୋଲ ତଳପାଖ ଲଟାବୁଦା ମୂଳେ ସ୍ଥାନୀୟ ଲୋକମାନେ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ । ପରିବାର ଲୋକଙ୍କ ଅଭିଯୋଗରେ ପୁଲିସ ଘଟଣାସ୍ଥଳରୁ ମୃତଦେହ ଉଦ୍ଧାର କରି ତଦନ୍ତ କରୁଛି । ପରିବାର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ସୁଧୀର ଗତ ବୁଧବାର ସନ୍ଧ୍ୟାରେ ଛେଣ୍ଡିପଦାରୁ ଏକ ଅଟୋରେ ପୋଡାପଡା ଫେରୁଥିଲେ । ଫେରିବା ବାଟରେ ଶୌଚ ପାଇଁ ବାପୁଜୀ ମହାବିଦ୍ୟାଳୟ ପୋଲ ନିକଟରେ ଅଟୋରୁ ଓହ୍ଲେଇ ନାଳ ଆଡକୁ ଯାଇଥିଲେ । ଘରକୁ ସନ୍ଧ୍ୟାରେ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ । ତାଙ୍କର ସ୍ୱାସ୍ଥ୍ୟ ଭଲନଥିବା ବେଳେ ଶୌଚ ପାଇଁ ଯିବା ସମୟରେ ନାଳ ନିକଟରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ ସନ୍ଦେହ କରୁଛନ୍ତି । ପୁଲିସ ଘଟଣାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳେଇଛି । Advertisement
ରେଞ୍ଜରଙ୍କ ମାଡରେ ବନ କର୍ମଚାରୀ ଗୁରୁତର ଅଭିଯୋଗ ପାଲଲହଡା – ରେଞ୍ଜରଙ୍କ ମାଡରେ ଜଙ୍ଗଲ ଜଗୁଆଳି ଗୁରୁତର ହୋଇଥିବା ଅଭିଯୋଗ ହୋଇଛି । ଗୁରୁତର ଜଗୁଆଳିଙ୍କୁ ଖମାର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ଜଣା…
ଡିକି ଭାଙ୍ଗି ଲକ୍ଷେ ଟଙ୍କା ଲୁଟ ଅନୁଗୁଳ – ଅନୁଗୁଳ ସହରର ଅମଲାପଡା ଭଳି ଭିଡ଼ ଅଞ୍ଚଳରେ ଦିନ ଦ୍ବୀପହରରେ ଲୁଟ । ମୋଟରସାଇକେଲ ରଖି ଦୋକାନକୁ ଯାଇ ଆସିବା ଭିତରେ ଡିକି ଭାଙ୍ଗି…
ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ କାରାଦଣ୍ଡାଦେଶ ଅନୁଗୁଳ – ଅନୁଗୁଳ ସହର ଉପକଣ୍ଠର ଜଣେ ନାବାଳିକାକୁ ୪ ବର୍ଷ ତଳେ ବିବାହ ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ କରିବା ମାମଲାର ରାୟ ଶନିବାର ଜିଲ୍ଲା ଫାଷ୍ଟଟ୍ରାକ୍…