ଅପରାଧ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର Angul OnlineSeptember 16, 2021September 16, 2021 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ସମଲ ଥାନା ସିପୁର ଗ୍ରାମ ହାଇସ୍କୁଲ ଖେଳପଡ଼ିଆ ନିକଟରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ହେଲେ ବିରୁ ଗ୍ରାମର ଦୁଃଖବନ୍ଧୁ ପ୍ରଧାନଙ୍କ ପୁଅ ନବୀନ ପ୍ରଧାନ । ସୂଚନା ମୁତାବକ ଆଜି ସକାଳେ ସ୍ଥାନୀୟ ଲୋକ ଜଣେ ଯୁବକର ମୃତଦେହ ଝୁଲୁଥିବା ଦେଖି ପୁଲିସକୁ ଖବର ଦେଇଥିଲେ । ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଅଧିକ ତଦନ୍ତ ଜାରି ରଖିଛି । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇ ନଥିବା ବେଳେ ଅଧିକ ତଦନ୍ତ ପରେ ଜଣାପଡିବ ବୋଲି ପୁଲିସ ପକ୍ଷରୁ କୁହା ଯାଇଛି । Advertisement
ଟିଉସନ ଗଲା ବାଟରେ ନାବାଳିକା ଦୁଷ୍କର୍ମ ,ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଅନୁଗୁଳ – ଶନିବାର ମାନ୍ୟବର ଅତିରିକ୍ତ ଜିଲ୍ଲା ଓ ସେସନ ଜଜ ଜଣେ ନାବାଳିକା ଦୁଷ୍କର୍ମ କାରୀ କୁ ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ।…
ପରକୀୟା ପ୍ରୀତି ସନ୍ଦେହରେ ସ୍ତ୍ରୀକୁ ହତ୍ୟା ପାଲଲହଡା – ଅନୁଗୁଳ ଜିଲ୍ଲା ଖମାର ଥାନା ଅନ୍ତର୍ଗତ ସିଆରିମାଳିଆ ଗ୍ରାମରେ ବିଭତ୍ସ ହତ୍ୟା । ପରକୀୟା ପ୍ରୀତି ସନ୍ଦେହରେ ସ୍ତ୍ରୀକୁ ଅତି ନିର୍ମମ ଭାବେ ହତ୍ୟା…
ବରିଷ୍ଠ ବିଜେଡି ନେତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା – ଅଭିଯୁକ୍ତ ଗିରଫ ଅନୁଗୁଳ – ଅନୁଗୁଳ ଜିଲ୍ଲା ନାଲକୋ ଥାନା ବଳରାମ ପ୍ରସାଦ ଗାଁରେ ମଙ୍ଗଳବାର ସକାଳ ପ୍ରାୟ ୭ଟା ବେଳେ ଏକ ହତ୍ୟାକାଣ୍ଡ ଘଟି ଯାଇଚି । ଗାଁର…