ମୁଖ୍ୟ ଖବର ହାତୀ ଛୁଆକୁ ଦିଆଗଲା ସାଲାଇନ Angul OnlineAugust 7, 2021August 7, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ମହୀଧରପୁର ପାଳବନ୍ଧ ନିକଟରେ ଗୋଠଛଡ଼ା ହୋଇଥିବା ପ୍ରାୟ ଦେଢ଼ ବର୍ଷର ହାତୀଛୁଆ ଦେହରେ ଆଜି ସାଲାଇନ ଲାଗିଛି । ତାକୁ ଟ୍ରଙ୍କୁଲାଇଜ କରି ସଲାଇନ ସହ ଭିଟାମିନ ଦିଆଯାଇଛି । ସୂଚନା ଅନୁସାରେ , ଗତ ୩ ତାରିଖ ରାତିରେ ହାତୀପଲ ପାଳବନ୍ଧ ନିକଟକୁ ଆସିଥିବା ବେଳେ ସେଇଠି ହାତୀଛୁଆଟି ରହି ଯାଇଥିଲା । ହାତୀପଲଙ୍କ ସହିତ ଜଙ୍ଗଲକୁ ଫେରି ପାରି ନଥିଲା । ଛୁଆ ହାତୀକୁ ଦେଖିବା ପାଇଁ ସ୍ଥାନୀୟ ଲୋକେ ସେଠାରେ ବେଶ୍ ଗହଳି ଲଗାଇଥିଲେ । ଲୋକେ ଛୁଆ ହାତୀ ଦେହରେ ହାତ ଲଗାଇବା ପୂର୍ବରୁ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚିଥିଲା । ବନ୍ଧ ନିକଟରେ ହାତୀଛୁଆ ଦେହ ଅସୁସ୍ଥ ଥିବା ଜାଣିବାକୁ ପାଇଥିଲା ବନ ବିଭାଗ । ନିକଟରେ ହିନ୍ଦୋଳ ବନାଞ୍ଚଳରେ ଯେହେତୁ ଦୁଇଟି ହାତୀ କୃମି ପାଇଁ ମୃତ୍ୟୁବରଣ କରିଛନ୍ତି, ତେଣୁ ଛୁଆକୁ କୃମି କିମ୍ବା ହର୍ପିସ୍ ରୋଗ ହୋଇଥିବା ପ୍ରାଣୀ ଚିକିତ୍ସକ ଅନୁମାନ କରିଥିଲେ । ହାତୀ ଦେହରେ ହାତ ବାଜିଲେ ଛୁଆ କୁଆଡ଼େ ହାତୀ ଗୋଠ ସହ ମିଶି ପାରେ ନାହିଁ । ତେଣୁ, ଛୁଆ ଦେହରେ କୌଣସି ପ୍ରକାରେ ହାତ ନ ମାରି ହାତୀର ଚିକିତ୍ସା ପାଇଁ ଟ୍ରାଙ୍କୁଲାଇଜ୍ କରିଥିଲା ବନ ବିଭାଗ । ଉଭୟ ହର୍ପସ୍ ଏବଂ କୃମି ପରୀକ୍ଷା ପାଇଁ ନମୁନା ସଂଗ୍ରହ ହୋଇଥିଲା । ହାତୀ ଦେହରେ ପ୍ରବଳ କୃମି ଥିବା ପରୀକ୍ଷାରୁ ସ୍ପଷ୍ଟ ହୋଇଥିବା ବେଳେ ହର୍ପିସ୍ ରିପୋର୍ଟକୁ ବନ ବିଭାଗ ଅପେକ୍ଷା କରିଛି । Advertisement
ରାଜପଥରେ ଥିବା ଦୋକାନ ଆଗରେ ପାର୍କିଂ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ଅନୁଗୋଳ – ଯିଏ ଯେଉଁଠି ପାରିଲା ଗାଡି ଥୋଇଲା , ଦୋକାନ ଓ ବଜାରକୁ ସଉଦା ପାଇଁ ଗଲା । ଦୋକାନ ଘର ନିର୍ମାଣ ପାର୍କିଂ ବ୍ୟବସ୍ଥା…
ଭିଜିଲାନ୍ସ ପଞ୍ଝାରେ ଡି ଏଫ୍ ଓ – ବାବୁଙ୍କ ୧୧୫ ପ୍ଲଟ ଅନୁଗୁଳ – ଓଡିଶା ଭିଜିଲାନ୍ସ ବିଭାଗ ରବିବାର ଦିନ କେନ୍ଦୁଝର କେନ୍ଦୁ ଲିଫ୍ ଡିଭିଜନର ଡିଏଫଓ ନିତ୍ୟାନନ୍ଦ ନାୟକଙ୍କ ଘରେ ଚଢାଉ କରି ତାଙ୍କର ଆୟବର୍ହିଭୂତ ସମ୍ପତ୍ତିକୁ…
କଲରାପତରିଆ ବାଘ ଆକ୍ରମଣରେ ଦୁଇଜଣ ଆହତ ଅନୁଗୋଳ – ଅନୁଗୋଳ ଜିଲ୍ଲା ବନ୍ତଳା ରେଞ୍ଜ୍ କୃଷ୍ଣଚକ୍ରଗଡରେ ବାଘ ଆକ୍ରମଣରେ ଦୁଇ ଗୁରୁତର ହୋଇଥିବା ଜଣା ପଡିଛି । ସୂଚନା ଅନୁସାରେ , କୃଷ୍ଣଚକ୍ରଗଡ ଗ୍ରାମର…