ମୁଖ୍ୟ ଖବର ପୋଖରୀରେ ବୁଡି ସମ୍ବରର ମୃତ୍ୟୁ Angul OnlineMay 22, 2021May 22, 2021 ଛେଣ୍ତିପଦା – ପୋଖରୀରେ ବୁଡି ସମ୍ବରର ମୃତ୍ୟୁ । ଏଭଳି ଘଟଣା ଅନୁଗୁଳ ଜିଲ୍ଲା ଛେଣ୍ତିପଦା ବନାଞ୍ଚଳ କଣଲୋଇ ଗ୍ରାମରେ ଘଟିଛି । ଆଜି ଦିନ ପ୍ରାୟ ୧୧ ଟା ବେଳେ ଏକ ଜଙ୍ଗଲି ସମ୍ବର ଖାଦ୍ୟ ଅନୁସରଣରେ ଗ୍ରାମ ଭିତରକୁ ପଶି ଆସିଥିଲା । ସମ୍ବରକୁ ଦେଖି ଗାଁ ଲୋକେ ପାଟି କରିଥିଲେ । ଲୋକଙ୍କ ପାଟି ଶୁଣି ସମ୍ବରଟି ଗାଁ ଭିତରେ ଏଣେତେଣେ ଦୈଡିବା ପରେ ଶେଷରେ ନିରୁପାୟ ହୋଇ ଗାଁ ମନ୍ଦିର ପୋଖରି ଭିତରକୁ ପଶିଯାଇଥିଲା । ଅନେକ ସମୟ ହେଲା ଫସି ରହିବା ପରେ ଖବର ପାଇ ଛେଣ୍ତିପଦା ବନବିଭାଗ ପହଞ୍ଚି ପୋଖରୀ ଚତୁପାର୍ଶ୍ବରୁ ଲୋକଙ୍କୁ ଘଉଡାଇବା ଚେଷ୍ଟା ଚଳାଇବା ସହିତ ପାଣି ଭିତରେ ପଶି ସମ୍ବରକୁ ଉଦ୍ଧାର କରିବାକୁ ଉଦ୍ୟମ କରିଥିଲା । ହେଲେ ଶେଷରେ ପାଣି ଭିତରେ ହିଁ ସମ୍ବରଟିର ମୃତ୍ୟୁ ହୋଇ ଯାଇଥିଲା । ବନ ବିଭାଗ ମୃତ ସମ୍ବରଟିର ବ୍ୟବଛେଦ କରି ତଦନ୍ତ କରୁଛି । https://angulonline.com/odia/wp-content/uploads/2021/05/2333.mp4 Advertisement
ତୁରନ୍ତ ଜାତୀୟ ରାଜପଥ ମରାମତି ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦେଶ ଅନୁଗୁଳ – ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୫ ର ଅବସ୍ଥା ଶୋଚନୀୟ । ମୁଖ୍ୟତଃ ବଅଁରପାଳ ଠାରେ ଏହି ରାଜପଥରେ ଆଣ୍ଠୁଏ ଲେଖାଏଁ…
ଓକିଲ ସଂଘର ନିର୍ବାଚନ – ଦିଲ୍ଲୀପ ସଭାପତି , ସୋମନାଥ ସାଧାରଣ ସମ୍ପାଦକ ଅନୁଗୁଳ – ଅନୁଗୁଳ ଓକିଲ ସଂଘର ୨୦୨୧-୨୨ ବର୍ଷ ପାଇଁ ନିର୍ବାଚନ ଅନୁଷ୍ଟିତ ହୋଇ ଯାଇଛି । ଏଥିରେ ମୋଟ ୪୭୬ଜଣ ସଭ୍ୟଙ୍କ ମଧ୍ୟରୁ ୪୪୮ଜଣ ସଭ୍ୟ…
ଶୈଳଶ୍ରୀକ୍ଷେତ୍ରରେ ରଥଯାତ୍ରା – ଲକ୍ଷାଧିକ ଭକ୍ତଙ୍କ ସମାଗମ ଅନୁଗୁଳ – ଅନୁଗୁଳ ଶୈଳଶ୍ରୀକ୍ଷେତ୍ରରେ ଘୋଷଯାତ୍ରା ମହା ଆଡମ୍ବରରେ ପାଳିତ ହୋଇଛି । କରୋନା ମହାମାରୀ ଯୋଗୁଁ ଦୁଇ ବର୍ଷ ହେଲା ରଥଯାତ୍ରା ପାଳନ କରା ଯାଇ…