ରାଜନୀତି ସନ୍ତୋଷ ହେଲେ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ ନିର୍ଦେଶକ Angul OnlineNovember 19, 2022November 19, 2022 ଅନୁଗୁଳ – ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କର ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି । ଆଜି ଅବିଭକ୍ତ ଅନୁଗୁଳ-ଢେଙ୍କାନାଳ ଜିଲ୍ଲାର ଅନୁଗୁଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କର ନିର୍ଦେଶକ ପଦବୀ ପାଇଁ ଅନୁଷ୍ଠିତ ନିର୍ବାଚନରେ ସନ୍ତୋଷ କୁମାର ପ୍ରଧାନ ନିର୍ବାଚିତ ହୋଇଛନ୍ତି । ଏହି ପଦବୀ ପାଇଁ ତାଳଚେର ସନ୍ତୋଷ କୁମାର ପ୍ରଧାନ ଓ ଢେଙ୍କାନାଳର ପ୍ରତାପ ଚନ୍ଦ୍ର ମଲ୍ଲିକ ନାମାଙ୍କନ ପତ୍ର ଦାଖଲ କରିଥିଲେ । ଉଭୟ ବିଜୁ ଜନତା ଦଳ ସମର୍ଥିତ ହୋଇଥିବା ବେଳେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ବନ୍ଦ ଲଫାପାରେ ସନ୍ତୋଷ ପ୍ରଧାନଙ୍କ ନାମ ସୁପାରିଶ କରିଥିଲେ । ଏହା ସତ୍ୱେ ପ୍ରତାପ ଚନ୍ଦ୍ର ମଲ୍ଲିକ ନାମାଙ୍କନ କରିବା ଯୋଗୁଁ ସାମାନ୍ୟ ଦ୍ଵନ୍ଦ ସୃଷ୍ଟି ହୋଇଥିଲା । ତେବେ ଦଳର ନିର୍ଦେଶକୁ ମାନିବା ପାଇଁ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ରୁଦ୍ଧଦ୍ୱାର ବୈଠକ ବସିବା ସହ ଶେଷରେ ସନ୍ତୋଷ ପ୍ରଧାନଙ୍କୁ ଭୋଟ ଦେବାକୁ ନିଷ୍ପତ୍ତି ନିଆ ଯାଇଥିଲା । ଏହି ନିଷ୍ପତ୍ତି ଅନୁସାରେ ଆଜି ଅନୁଷ୍ଠିତ ନିର୍ବାଚନରେ ସମସ୍ତ ୧୫ ଟି ଭୋଟ ସନ୍ତୋଷ ପ୍ରଧାନଙ୍କ ସପକ୍ଷରେ ଯାଇଥିଲା । ଏପରିକି ପ୍ରତିଦ୍ବନ୍ଦୀ ପ୍ରତାପ ମଲ୍ଲିକ ମଧ୍ୟ ନିଜ ଭୋଟ ଖଣ୍ଡିକ ସନ୍ତୋଷ ପ୍ରଧାନଙ୍କୁ ଦେଇଥିଲେ । ଅପରାହ୍ନ ୨ ଟା ରେ ଫଳାଫଳ ଘୋଷଣା ପରେ ବିଜେଡି କର୍ମୀମାନେ ବାଣ ଫୁଟାଇ ଖୁସି ମନାଇଥିଲେ । Advertisement
ବିଧାୟକଙ୍କ ନାମରେ ଭିତ୍ତିହୀନ ଖବର ଅଭିଯୋଗ କରି ଥାନାର ଦ୍ୱାରସ୍ଥ ହେଲେ ଯୁବ ଓ ଛାତ୍ର ବିଜେଡ଼ି ପାଲଲହଡା – ଅନୁଗୁଳ ଜିଲ୍ଲା ପାଲଲହଡା ବିଧାୟକ ମୁକେଶ ପାଳଙ୍କ ନାମରେ ଭିତିହୀନ ଖବର ପ୍ରସାରଣ କରା ଯାଉଛି । ଯାହା ଫଳରେ ବିଧାୟକଙ୍କ ସମ୍ମାନ ଉପରେ…
ବ୍ରଜ ଓ ନଲିନୀଙ୍କୁ ନବୀନ ଦେଲେ ଗୁରୁଦାୟିତ୍ଵ ଭୁବନେଶ୍ୱର – ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିଜ ଦଳର ବିଧାୟକ ମାନଙ୍କୁ ବିଭାଗ ଆବଣ୍ଟନ କରିଛନ୍ତି । ଯେଉଁସବୁ ବିଧାୟକମାନଙ୍କୁ ଯେଉଁ ବିଭାଗ ଦିଆଯାଇଛି…
ନିର୍ବାଚନ ପୂର୍ବରୁ ହିଂସା – ପୌରଧ୍ୟକ୍ଷ ପ୍ରାର୍ଥୀଙ୍କୁ ଆକ୍ରମଣ ଅଭିଯୋଗ adv ଅନୁଗୁଳ – ନିର୍ବାଚନର ଠିକ ପୂର୍ବ ଦିନରେ ଅନୁଗୁଳ ପୌରାଞ୍ଚଳରେ ନିର୍ବାଚନୀ ହିଂସା ଦେଖା ଦେଇଛି । ସୂଚନା ଅନୁସାରେ , ଅନୁଗୁଳ ଶିମିଳିପଡ଼ାର ସ୍ଵାଧିନ…