ରାଜନୀତି ସନ୍ତୋଷ ହେଲେ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ ନିର୍ଦେଶକ Angul OnlineNovember 19, 2022November 19, 2022 ଅନୁଗୁଳ – ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କର ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି । ଆଜି ଅବିଭକ୍ତ ଅନୁଗୁଳ-ଢେଙ୍କାନାଳ ଜିଲ୍ଲାର ଅନୁଗୁଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କର ନିର୍ଦେଶକ ପଦବୀ ପାଇଁ ଅନୁଷ୍ଠିତ ନିର୍ବାଚନରେ ସନ୍ତୋଷ କୁମାର ପ୍ରଧାନ ନିର୍ବାଚିତ ହୋଇଛନ୍ତି । ଏହି ପଦବୀ ପାଇଁ ତାଳଚେର ସନ୍ତୋଷ କୁମାର ପ୍ରଧାନ ଓ ଢେଙ୍କାନାଳର ପ୍ରତାପ ଚନ୍ଦ୍ର ମଲ୍ଲିକ ନାମାଙ୍କନ ପତ୍ର ଦାଖଲ କରିଥିଲେ । ଉଭୟ ବିଜୁ ଜନତା ଦଳ ସମର୍ଥିତ ହୋଇଥିବା ବେଳେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ବନ୍ଦ ଲଫାପାରେ ସନ୍ତୋଷ ପ୍ରଧାନଙ୍କ ନାମ ସୁପାରିଶ କରିଥିଲେ । ଏହା ସତ୍ୱେ ପ୍ରତାପ ଚନ୍ଦ୍ର ମଲ୍ଲିକ ନାମାଙ୍କନ କରିବା ଯୋଗୁଁ ସାମାନ୍ୟ ଦ୍ଵନ୍ଦ ସୃଷ୍ଟି ହୋଇଥିଲା । ତେବେ ଦଳର ନିର୍ଦେଶକୁ ମାନିବା ପାଇଁ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ରୁଦ୍ଧଦ୍ୱାର ବୈଠକ ବସିବା ସହ ଶେଷରେ ସନ୍ତୋଷ ପ୍ରଧାନଙ୍କୁ ଭୋଟ ଦେବାକୁ ନିଷ୍ପତ୍ତି ନିଆ ଯାଇଥିଲା । ଏହି ନିଷ୍ପତ୍ତି ଅନୁସାରେ ଆଜି ଅନୁଷ୍ଠିତ ନିର୍ବାଚନରେ ସମସ୍ତ ୧୫ ଟି ଭୋଟ ସନ୍ତୋଷ ପ୍ରଧାନଙ୍କ ସପକ୍ଷରେ ଯାଇଥିଲା । ଏପରିକି ପ୍ରତିଦ୍ବନ୍ଦୀ ପ୍ରତାପ ମଲ୍ଲିକ ମଧ୍ୟ ନିଜ ଭୋଟ ଖଣ୍ଡିକ ସନ୍ତୋଷ ପ୍ରଧାନଙ୍କୁ ଦେଇଥିଲେ । ଅପରାହ୍ନ ୨ ଟା ରେ ଫଳାଫଳ ଘୋଷଣା ପରେ ବିଜେଡି କର୍ମୀମାନେ ବାଣ ଫୁଟାଇ ଖୁସି ମନାଇଥିଲେ । Advertisement
ବିଜେପିର ମଣ୍ଡଳ ସଭାପତି ତାଲିକା ହେଲା ଘୋଷଣା , କିଏ ହେବ ଜିଲ୍ଲା ସଭାପତି ? ଅନୁଗୁଳ – ବିଜେପିର ସଂଗଠନ ପର୍ବରେ ଅନୁଗୁଳ ଜିଲ୍ଲାର ୩୧ ଟି ମଣ୍ଡଳରୁ ୨୭ ଟି ମଣ୍ଡଳର ସଭାପତି ନିର୍ବାଚିତ ହୋଇଥିବା ନେଇ ରାଜ୍ୟ ବିଜେପିର ନିର୍ବାଚନ…
ସରପଞ୍ଚ ଉପ ନିର୍ବାଚନରେ ଜ୍ୟୋତିରଞ୍ଜନ ଓ ଝରଣା ବିଜୟୀ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ଆଜି (ଶୁକ୍ରବାର ) ଦୁଇଟି ପଞ୍ଚାୟତରେ ସରପଞ୍ଚ ପଦ ପାଇଁ ଉପ ନିର୍ବାଚନ ଶେଷ ହୋଇଛି । ଏହି ନିର୍ବାଚନରେ ଗୋଟିଏରେ…
ବିଜେଡିର ନୂତନ କାର୍ଯ୍ୟାଳୟରେ ନୂତନ ସଭାପତି ବ୍ରଜଙ୍କ ଦାୟିତ୍ୱ ଗ୍ରହଣ ଅନୁଗୁଳ – ଅନୁଗୁଳ ଜିଲ୍ଲା ସଦର ମହକୁମା ଠାରେ ଆଜି ବିଜୁ ଜନତା ଦଳର ନୂତନ କାର୍ଯ୍ୟାଳୟ ଉଦଘାଟନ ହୋଇ ଯାଇଛି । ଏହା ସହ ଜିଲ୍ଲା…