ମୁଖ୍ୟ ଖବର ସାତକୋଶିଆରେ ଅଣ୍ଡା ଫୁଟି ବାହାରିଲେ ଘଡିଆଳ ଛୁଆ Angul OnlineMay 25, 2023May 25, 2023 ଅନୁଗୋଳ – ଅନୁଗୋଳ ଜିଲ୍ଲା ସାତକୋଶିଆରୁ ପୁଣି ଥରେ ଖୁସି ଖବର ଆସିଛି । ଘଡିଆଳ କୁମ୍ଭୀର ପାଇଁ ସାରା ଦେଶରେ ପରିଚିତ ସାତକୋଶିଆରେ କ୍ରମାଗତ ତୃତୀୟ ବର୍ଷ ପାଇଁ ଘଡ଼ିଆଳ ପ୍ରଜନନ ସଫଳ ହୋଇଛି । ଗୁରୁବାର ଅଣ୍ଡା ଫୁଟି ଘଡ଼ିଆଳ କୁମ୍ଭୀର ବାହାରିଛନ୍ତି । ମା ‘ କୁମ୍ଭୀର ସହ ଛୁଆ ଗୁଡିକ ଖେଳୁଥିବାର ଫଟୋ ବନ ବିଭାଗର କ୍ୟାମେରାରେ କଏଦ କରିଛି । ସାତକୋଶିଆ ଗଣ୍ଡର ବଳଦମରା ନିକଟରେ ୩୦ ରୁ ୩୫ ଘଡ଼ିଆଳ ଛୁଆ ବାହାରିଥିବା ସାତକୋଶିଆ ଡିଏଫଓ ସରୋଜ କୁମାର ପଣ୍ଡା ସୂଚନା ଦେଇଛନ୍ତି । ପ୍ରକାଶ ଯେ ବିଲୁପ୍ତପ୍ରାୟ ଘଡ଼ିଆଳ କୁମ୍ଭୀର ୨୦୨୧ ମସିହାରୁ ସଫଳତାର ସହ ଅଣ୍ଡା ଫୁଟେଇ ଆସୁଛି । ଦୀର୍ଘ ୪୦ବର୍ଷ ପରେ ପ୍ରଥମେ ୨୦୨୧ ମସିହାରେ ୩୮ ଛୁଆ ଦେଇଥିଲା । ଗତ ବର୍ଷ ବି ୨୮ ଅଣ୍ଡା ଫୁଟିଥିଲା । Advertisement
ବିଜେଡ଼ିରୁ ପୁଣି ଦୁଇ ନିଲମ୍ବିତ ଅନୁଗୁଳ – ବିଜେଡିରେ ଦଳ ବିରୋଧୀ କାମ କରୁଥିବା ନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଆଗକୁ ପୌର…
ଶିକ୍ଷକ ଅଭାବକୁ ନେଇ ବିଦ୍ୟାଳୟ ଗେଟରେ ତାଲା ପକାଇଲେ ଅଭିଭାବକ ଅନୁଗୋଳ – ଅନୁଗୋଳ ଜିଲ୍ଲା ମରାତିରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ସମସ୍ତ ଛାତ୍ରଛାତ୍ରୀଙ୍କ ସହ ଅଭିଭାବକ ବିଦ୍ୟାଳୟ ଗେଟରେ ତାଲା ପକାଇଥିଲବ…
ବାଲିରେ ପୋତି ହୋଇ ଦୁଇ ଶିଶୁ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା ବାଲିଆମ୍ବ ଗାଁରେ ଅଘଟଣ । ବାଲିରେ ପୋତି ହୋଇ ଦୁଇ ଶିଶୁ ମୃତ । ମୃତ ଦୁଇ ଶିଶୁ…